ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement
Article Detail0/zeeodisha/odisha970791

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 23 August 2021: ଅନ୍ତର୍ଜାତୀୟ ମାର୍କେଟରେ ଅଶୋଧିତ ତୈଳ ମୂଲ୍ୟରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ସେପଟେ ଏହାର କୌଣସି ପ୍ରଭାବ ଘରୋଇ ବଜାରରେ ଦେଖୁବାକୁ ମିଳୁନାହିଁ । ସୋମବାର ଅର୍ଥାତ ଅଗଷ୍ଟ ୨୩ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର  ଜାରି କରିଦେଇଛନ୍ତି । ଆଜି ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ଅର୍ଥାତ ରକ୍ଷା ବନ୍ଧନ ଦିନ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ହ୍ରାସ ଘଟିଥିଲା । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ମଙ୍ଗଳବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୬୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୦୭ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୬୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୬୬ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୯୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୩୨ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୪୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୧୩ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୧୬ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୧୦ ଓ ତିଭେନ୍ଦ୍ରମରେ ୧୦୩.୫୩ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ବଡ଼ ଖୁଲାସା: ବାଇଡେନଙ୍କୁ ରାଷ୍ଟ୍ରପତି ଭାବେ ଦେଖିବାକୁ ଚାହୁଁଥିଲା ଲାଡେନ, ୨୦୧୦ରେ ହିଁ ଦେଇଥିଲା ଏହି ଚେତାବନୀ

ଅଧିକ ପଢ଼ନ୍ତୁ:-ଆମେରିକାର ଦାବି, ଏହି କାରଣରୁ ତାଲିବାନ ସହ ହାତ ମିଳାଇଛି ପାକିସ୍ତାନ

ଅଧିକ ପଢ଼ନ୍ତୁ:-ଖୁସି ଖବର! ବଢ଼ିପାରେ ଅବସର ବୟସ ଓ ପେନସନ ରାଶି, ଜାଣନ୍ତୁ ମୋଦି ସରକାରଙ୍କ କ’ଣ ରହିଛି ଯୋଜନା?

ଅଧିକ ପଢ଼ନ୍ତୁ:-କୋରୋନା ମାମଲାରେ ଆଶ୍ୱସ୍ତିକର ଖବର: ଦିନକରେ ଚିହ୍ନଟ ହେଲା ଏତିକି ସଂକ୍ରମିତ, ମୃତ୍ୟୁ ବରଣ କଲେ ୪୦୩ ଆକ୍ରାନ୍ତ

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୦୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୬୪ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୨.୧୩ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୬୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୮୫ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।