ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ କ'ଣ ରହିଛି ଆଜି ରେଟ୍
Advertisement
Article Detail0/zeeodisha/odisha971468

ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ କ'ଣ ରହିଛି ଆଜି ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ କ'ଣ ରହିଛି ଆଜି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate August 24 2021: ଘରୋଇ ତୈଳ କମ୍ପାନୀଗୁଡ଼ିକ ଅଗଷ୍ଟ ୨୪ ଅର୍ଥାତ ମଙ୍ଗଳବାର ପାଇଁ ପେଟ୍ରୋଲ ଓ ଡିଜେଲର ମୂଲ୍ୟ (Petrol Diesel Price) ଜାରି କରିଦେଇଛନ୍ତି । ଇଣ୍ଡିଆନ୍ ଅଏଲ୍ ୱେବସାଇଟ୍ ଅନୁଯାୟୀ ଆଜି ଇନ୍ଧନ ମୂଲ୍ୟରେ ପରିବର୍ତ୍ତନ କରାଯାଇଛି । ଆଜି ପେଟ୍ରୋଲ ଓ ଡିଜେଲର ମୂଲ୍ୟ ହ୍ରାସ କରାଯାଇଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛୁ । ଦେଶର ପ୍ରାୟ ସବୁ ସହରରେ ପେଟ୍ରୋଲ ଦର ୧୦୦ ଟଙ୍କା ପାର କରିସାରିଛି । ଆଜି ଦେଶର ୪ଟି ମହାନଗରରେ ତୈଳ ଦର (Fuel Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ଇନ୍ଧନ ମୂଲ୍ୟରେ ହ୍ରାସ ଘଟିଛି ।

ତୈଳ କମ୍ପାନୀଗୁଡିକ ରବିବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇରେ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୧୫ ପଇସା, ୧୪ ପଇସା, ୧୧ ପଇସା, ୧୨ ପଇସା ହ୍ରାସ କରିଛନ୍ତି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଡିଜେଲ ଦରରେ ଯଥାକ୍ରମେ ୧୫ ପଇସା, ୧୬ ପଇସା, ୧୫ ପଇସା, ୧୪ ପଇସା ପଇସାର ହ୍ରାସ ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୪୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୫୨ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୮୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୨୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୩୧ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୧୩ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୭୧ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୧୦ ଓ ତିଭେନ୍ଦ୍ରମରେ ୧୦୩.୫୩ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ବାଗଲାନ ପ୍ରଦେଶକୁ କବଜା କଲା ଅହମ୍ମଦ ମାସୁଦଙ୍କ ସେନା, ୩୦୦ରୁ ଉର୍ଦ୍ଧ୍ୱ ତାଲିବାନ ଆତଙ୍କୀ ନିହତ

ଅଧିକ ପଢ଼ନ୍ତୁ:-ବାଇଡେନଙ୍କୁ ତାଲିବାନର ଖୋଲା ଧମକ, କହିଲେ-ଯଦି ଆମେରିକା...

ଅଧିକ ପଢ଼ନ୍ତୁ:-କୋରୋନାକୁ ନେଇ ଆସିଲା ଆଉ ଏକ ଗୁଡ୍ ନ୍ୟୁଜ୍

ଅଧିକ ପଢ଼ନ୍ତୁ:-ବଡ଼ ଖୁଲାସା: ବାଇଡେନଙ୍କୁ ରାଷ୍ଟ୍ରପତି ଭାବେ ଦେଖିବାକୁ ଚାହୁଁଥିଲା ଲାଡେନ, ୨୦୧୦ରେ ହିଁ ଦେଇଥିଲା ଏହି ଚେତାବନୀ

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୯୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୪୮ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୯୮ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୩୨ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୦୮ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।