ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
Trending Photos
ନୂଆଦିଲ୍ଲୀ: Today Petrol-Diesel Rate 25 August 2021: ବୁଧବାର ଅର୍ଥାତ ଅଗଷ୍ଟ ୨୫ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ହ୍ରାସ ଘଟିଥିଲା । ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ସେପଟେ ଏହାର ପ୍ରଭାବ ଘରୋଇ ବଜାରରେ ସେତେଟା ଦେଖୁବାକୁ ମିଳୁନାହିଁ । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ବୁଧବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୪୯ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୯୨ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।
୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ
ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୪୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୫୨ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୮୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୨୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୩୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୯୮ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୪୨ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୮୭ ଓ ତିଭେନ୍ଦ୍ରମରେ ୧୦୩.୪୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।
ଅଧିକ ପଢ଼ନ୍ତୁ:-ସୈନ୍ୟ ଅପସାରଣକୁ ନେଇ ବେକଫୁଟରେ ବାଇଡେନ, ବର୍ତ୍ତମାନ ତାଲିବାନ ବିରୋଧରେ ଏହି ଆକ୍ସନ ନେବ ଆମେରିକା
ଅଧିକ ପଢ଼ନ୍ତୁ:-LIC IPO କୁ ନେଇ ଆସିଲା ବଡ଼ ଖବର: ପଲିସି ଧାରକଙ୍କୁ ମିଳିବ ଅଧିକ ଲାଭ, ପ୍ରସ୍ତୁତ କରାଯାଇଛି ନୂଆ ପ୍ଲାନ୍
ଅଧିକ ପଢ଼ନ୍ତୁ:-କୋରୋନା ମାମଲାରେ ଆଶ୍ୱସ୍ତିକର ଖବର: ଦିନକରେ ଚିହ୍ନଟ ହେଲା ଏତିକି ସଂକ୍ରମିତ, ମୃତ୍ୟୁ ବରଣ କଲେ ୩୫୪ ଆକ୍ରାନ୍ତ
ଅଧିକ ପଢ଼ନ୍ତୁ:-ପ୍ରଥମେ ନର ସଂହାର, ଏବେ ଗୁହାରି କରୁଛି ତାଲିବାନ
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୯୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୪୮ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୯୮ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୩୨ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୯୨ ଟଙ୍କା ଦରରେ ବିକ୍ରି ହେଉଛି ।
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।