ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement
Article Detail0/zeeodisha/odisha1034516

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 25 November 2021:  ଆଜି (ଗୁରୁବାର) ଅର୍ଥାତ ନଭେମ୍ୱର ୨୫ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ମଧ୍ୟ ତୈଳ ଦର (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ୨୧ ଦିନ ହେବ ଦେଶରେ ତୈଳ ଦର ସ୍ଥିର ରହିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ଗୁରୁବାର ଦିଲ୍ଲୀରେ ପେଟ୍ରୋଲ ୧୦୩.୯୭ ଟଙ୍କା ଓ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ  ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୩.୯୭ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୯.୯୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୪.୬୭ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୧.୪୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୧୦ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୦.୫୮ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୭.୮୩ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୬.୪୯ ଓ ତିଭେନ୍ଦ୍ରମରେ ୧୦୬.୧୫ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୯୫.୧୦ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୯୫.୫୫ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୯୫.୫୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୯୪.୨୩ ଓ ହାଇଦ୍ରାବାଦରେ ୧୦୮.୨୦ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୬.୬୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୧୪ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୯.୭୯ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୧.୪୩ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୧.୯୧ ଟଙ୍କା ଦରରେ ବିକ୍ରି ହେଉଛି । 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

ଏହା ବି ପଢ଼ନ୍ତୁ:-କପିଲ ଶର୍ମା ଶୋ'ରେ ଅତିଥି ହୋଇ ଆସିଥିଲେ ସ୍ମୃତି ଇରାନୀ, କିନ୍ତୁ ସେଟକୁ ଯିବାକୁ ଦେଲେ ନାହି ଗାର୍ଡ, ଜାଣନ୍ତୁ କ'ଣ ହେଲା ତା'ପରେ...

ଏହା ବି ପଢ଼ନ୍ତୁ:-କୃଷକମାନଙ୍କୁ ସ୍ମାର୍ଟଫୋନ୍ କିଣିବା ପାଇଁ ଟଙ୍କା ଦେବେ ସରକାର

ଏହା ବି ପଢ଼ନ୍ତୁ:-ସ୍ୱାଭାବିକ ହେବ ଶୀତ; ୫ ଡିଗ୍ରୀ ଯାଏଁ ଖସିବ ପାରଦ, ମଧ୍ୟମ କୁହୁଡି ସମ୍ଭାବନା

ଏହା ବି ପଢ଼ନ୍ତୁ:-ଘରେ ବସି ଏପରି ଅପଡେଟ୍ କରନ୍ତୁ ନିଜର ଭୋଟର ID କାର୍ଡର ନୂତନ ଠିକଣା, ଜାଣନ୍ତୁ ସବୁଠାରୁ ସହଜ ପ୍ରକ୍ରିୟା

ଏହା ବି ପଢ଼ନ୍ତୁ:-କୋରୋନାକୁ ନେଇ ଚେତାବନୀ ଜାରି କଲା WHO, କହିଲା- ମାର୍ଚ୍ଚ ସୁଦ୍ଧା ୭ ଲକ୍ଷ ଲୋକଙ୍କ ହୋଇପାରେ ମୃତ୍ୟୁ

ଏହା ବି ପଢ଼ନ୍ତୁ:-ଆଜିଠାରୁ ରାଜ୍ୟରେ ଜୁନିୟର ହକି ବିଶ୍ୱକପ୍, ରାତି ୮ଟାରେ ଭାରତ-ଫ୍ରାନ୍ସ ମଧ୍ୟରେ ମୁକାବିଲା

ଏହା ବି ପଢ଼ନ୍ତୁ:-ପୁଣି ବଢ଼ିଲା କୋରୋନା ମାମଲା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ