ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha972847

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଗୁରୁବାର ଅର୍ଥାତ ଅଗଷ୍ଟ ୨୬ରେ ଦେଶର ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର  ଜାରି କରିଦେଇଛନ୍ତି ।

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 26 August 2021: ଗତ ସପ୍ତାହର ଅଶୋଧିତ ତୈଳ (Crude Oil) ର ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଥିଲା । ବର୍ତ୍ତମାନ ଏହି ସପ୍ତାହରେ କ୍ରମାଗତ ତୃତୀୟ ଦିନ ପାଇଁ ଏହାର ମୂଲ୍ୟ ବୃଦ୍ଧି ପାଇଛି । ଆମେରିକାର ଶକ୍ତି ସୂଚନା ପ୍ରଶାସନ (Energy Information Administration) ଅନୁଯାୟୀ, ଅଗଷ୍ଟ ୩, ୨୦୨୧ ଶେଷ ସପ୍ତାହରେ ସେଠାରେ ୩ ମିଲିୟନ ବ୍ୟାରେଲ ଅଶୋଧିତ ତୈଳର ଡ୍ର ହୋଇଛି । ଏହି କାରଣରୁ ଗତକାଲି ବଜାର ପୁଣି ଉପରକୁ ଉଠିଥିଲା । ତେବେ ଚାଇନାରେ କୋଭିଡ -19 ମାମଲାରେ ଉଲ୍ଲେଖନୀୟ ହ୍ରାସ ଘଟିଛି । ଏହା ସହିତ ମେକ୍ସିକୋ ଗଲ୍ଫରେ ଅଶୋଧିତ ତୈଳ ଉତ୍ପାଦନ ମଧ୍ୟ ସ୍ୱାଭାବିକ ହେବାର ସଙ୍କେତ ମିଳୁଛି । 

ସେପଟେ ଗୁରୁବାର ଅର୍ଥାତ ଅଗଷ୍ଟ ୨୬ରେ ଦେଶର ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର  ଜାରି କରିଦେଇଛନ୍ତି । ଆଜି ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ଦ୍ୱିତୀୟ ଦିନ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ଗୁରୁବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୪୯ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୯୨ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୪୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୫୨ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୮୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୨୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୩୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୯୮ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୪୮ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୩.୯୯ ଓ ତିଭେନ୍ଦ୍ରମରେ ୧୦୩.୬୯ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ତାଲିବାନ ଦେଲା ଚେତାବନୀ, କହିଲା-ବର୍ତ୍ତମାନ କୌଣସି ଆଫଗାନ ନାଗରିକଙ୍କୁ...

ଅଧିକ ପଢ଼ନ୍ତୁ:-ତାଲିବାନକୁ ଲାଗିଲା ଆଉ ଆଉ ଏକ ବଡ଼ ଝଟକା

ଅଧିକ ପଢ଼ନ୍ତୁ:-LIC ପଲିସି ଧାରକମାନେ ହୋଇଯାଆନ୍ତୁ ସାବଧାନ! ବୁଡ଼ି ଯାଇପାରେ ଆପଣଙ୍କ ଜୀବନ ସାରାର କଷ୍ଟ ଉପାର୍ଜିତ ଧନ, ଜାଣନ୍ତୁ ସଂପୂର୍ଣ୍ଣ ମାମଲା

ଅଧିକ ପଢ଼ନ୍ତୁ:-ପୁଣି ଟେନସନ୍ ବଢ଼ାଇଲା କୋରୋନା: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୯୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୪୮ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୯୮ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୩୨ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୯୨ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।