ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
Trending Photos
ନୂଆଦିଲ୍ଲୀ: Today Petrol-Diesel Rate 27 August 2021: ଶୁକ୍ରବାର ଅର୍ଥାତ ଅଗଷ୍ଟ ୨୭ରେ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ତୃତୀୟ ଦିନ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୪୯ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୯୨ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।
୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ
ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୪୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୫୨ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୮୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୨୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୩୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୯୮ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୪୮ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୩.୯୯ ଓ ତିଭେନ୍ଦ୍ରମରେ ୧୦୩.୫୦ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୯୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୪୮ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୯୮ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୩୨ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୯୨ ଟଙ୍କା ଦରରେ ବିକ୍ରି ହେଉଛି ।
ଅଧିକ ପଢ଼ନ୍ତୁ:-ଦେଶ ଚଳାଇବା ପାଇଁ ଦୁନିଆ ଆଗରେ ଆର୍ଥିକ ସହାୟତାର ଗୁହାରି କରୁଛି ତାଲିବାନ, ଭାରତକୁ ଦେଲା ଏହି ଖାସ୍ ବାର୍ତ୍ତା
ଅଧିକ ପଢ଼ନ୍ତୁ:-ପିଶାଚ ପାଲଟିଲା ତାଲିବାନ! ମହିଳାଙ୍କ ମୃତଦେହ ସହିତ ଶାରୀରିକ ସମ୍ପର୍କ ସ୍ଥାପନ କରୁଛି ଆତଙ୍କୀ
ଅଧିକ ପଢ଼ନ୍ତୁ:-ତାଲିବାନକୁ ବଡ଼ ଝଟକା ଦେଲା ପଡ଼ୋଶୀ ଦେଶ, ପାକିସ୍ତାନ ସାମ୍ନାରେ ଖୋଲାଖୋଲି କହିଲା- ଆମେ ଦେବୁ ନାହିଁ ମାନ୍ୟତା
ଅଧିକ ପଢ଼ନ୍ତୁ:-ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୪୫ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।