ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement
Article Detail0/zeeodisha/odisha1020266

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ତୈଳ ମାର୍କେଟିଂ କମ୍ପାନୀଗୁଡିକ (Oil marketing companies) ଗତ ୧୫ ଦିନରେ ଅନ୍ତର୍ଜାତୀୟ ବଜାରରେ ବେଞ୍ଚମାର୍କ ଇନ୍ଧନର ହାରାହାରି ମୂଲ୍ୟ ଓ ବୈଦେଶିକ ମୁଦ୍ରା ମୂଲ୍ୟ ଉପରେ ଆଧାର କରି ପ୍ରତିଦିନ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସଂଶୋଧନ କରନ୍ତି ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 3 November 2021: ଆଜି (ବୁଧବାର) ଅର୍ଥାତ ସେପ୍ଟେମ୍ୱରର ୩ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ତୈଳ ଦର (Fuel Price) ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ସୋମବାର ଦିଲ୍ଲୀରେ ପେଟ୍ରୋଲ ୧୧୦.୦୪ ଟଙ୍କା ଓ ଡିଜେଲ ଲିଟର ପିଛା ୯୮.୪୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

ତୈଳ ମାର୍କେଟିଂ କମ୍ପାନୀଗୁଡିକ (Oil marketing companies) ଗତ ୧୫ ଦିନରେ ଅନ୍ତର୍ଜାତୀୟ ବଜାରରେ ବେଞ୍ଚମାର୍କ ଇନ୍ଧନର ହାରାହାରି ମୂଲ୍ୟ ଓ ବୈଦେଶିକ ମୁଦ୍ରା ମୂଲ୍ୟ ଉପରେ ଆଧାର କରି ପ୍ରତିଦିନ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସଂଶୋଧନ କରନ୍ତି ।

ଏହି ରାଜ୍ୟଗୁଡ଼ିକରେ ପେଟ୍ରୋଲ ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି 

ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୧୦.୦୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୫.୮୫ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୧୦.୪୯ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୬.୬୬ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୧୧.୦୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୧୩.୯୩ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୧୭.୪୫ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୧୩.୭୯ ଓ ତିଭେନ୍ଦ୍ରମରେ ୧୧୨.୪୩ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୧୦୬.୯୬ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୧୦୭.୬୧ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୧୦୭.୨୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୧୦୫.୯୪ ଓ ହାଇଦ୍ରାବାଦରେ ୧୧୪.୪୯ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୯୮.୪୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୧୦୬.୬୨ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୧୦୧.୫୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୧୦୨.୫୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୧୦୭.୩୯ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ବେଙ୍ଗାଲୁରୁରେ ଡିଜେଲ ୧୦୪.୫୦ ଟଙ୍କା ଓ ହାଇଦ୍ରାବାଦରେ ୧୦୭.୪୦ ଟଙ୍କା ଦରରେ ମିଳୁଛି । ଜୟପୁରରେ ଡିଜେଲ ମୂଲ୍ୟ ଲିଟର ପିଛା ୧୦୮.୩୯ ଟଙ୍କା ରହିଥିବା ବେଳେ ପାଟନାରେ ଏହା ୧୦୫.୦୭ ଟଙ୍କାରେ ମିଳୁଛି । ତିଭେନ୍ଦ୍ରମରେ ମଧ୍ୟ ଡିଜେଲ ମୂଲ୍ୟ ଲିଟର ପିଛା ୧୦୫.୮୫ ଟଙ୍କାରେ ପହଞ୍ଚିଛି ।

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଏହା ବି ପଢ଼ନ୍ତୁ:-ଦହି ଶରୀର ପାଇଁ ବେଶ ଉପକାରୀ, ଜାଣନ୍ତୁ ଏହାର ୧୮ଟି ଉପକାରିତା

ଏହା ବି ପଢ଼ନ୍ତୁ:-ନୀରଜଙ୍କ ସମେତ ୧୨ ଜଣ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର, ଦେଖନ୍ତୁ ପୂରା ତାଲିକା

ଏହା ବି ପଢ଼ନ୍ତୁ:-ସମୀର ୱାଙ୍ଖଡ଼େ ପିନ୍ଧନ୍ତି ୧୦ କୋଟିର ଡ୍ରେସ୍, ପ୍ରାଇଭେଟ୍ ଆର୍ମି ଦ୍ୱାରା କରନ୍ତି ବଟି ଆଦାୟ, ଜାଣନ୍ତୁ ନବାବ ମଲିକଙ୍କ ୧୦ଟି ବଡ଼ ଅଭିଯୋଗ