ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।
Trending Photos
ନୂଆଦିଲ୍ଲୀ: Today Petrol-Diesel Rate 5 December 2021: ଆଜି (ଶୁକ୍ରବାର) ଅର୍ଥାତ ଡିସେମ୍ୱର ୪ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ମଧ୍ୟ ତୈଳ ଦର (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ର ମୂଲ୍ୟ ବ୍ୟାରେଲ ପିଛା ୭୦ ଡଲାର ତଳେ ପହଞ୍ଚିଛି । ତଥାପି, ଏହା ସତ୍ତ୍ୱେ ସାରା ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ଅତିରିକ୍ତ ରିହାତି ମିଳିନାହିଁ । ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ଅଶୋଧିତ ତୈଳର ଏହି ମନ୍ଥରତା ଜାରି ରହେ ତେବେ ଦେଶରେ ପେଟ୍ରୋଲ ଓ ଡିଜେଲ ଶସ୍ତା ହୋଇପାରେ । ଯଦି ଆମେ ଘରୋଇ ବଜାରକୁ ଦେଖିବା, ତେବେ କ୍ରମାଗତ ୩୧ ଦିନ ହେବ ଦେଶରେ ପେଟ୍ରୋଲ-ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ରବିବାର ଦିଲ୍ଲୀରେ ପେଟ୍ରୋଲ ୯୫.୪୧ ଟଙ୍କା ଓ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।
ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୫.୪୧ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୯.୯୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୪.୬୭ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୧.୪୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୭୦ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୦.୫୮ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୭.୦୯ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୬.୪୮ ଓ ତିଭେନ୍ଦ୍ରମରେ ୧୦୬.୩୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୯୫.୨୮ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୯୫.୪୭ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୯୫.୩୬ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୯୪.୨୩ ଓ ହାଇଦ୍ରାବାଦରେ ୧୦୮.୨୦ ଟଙ୍କା ରହିଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୬.୬୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୧୪ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୯.୭୯ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୧.୪୩ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୧.୫୨ ଟଙ୍କା ଦରରେ ବିକ୍ରି ହେଉଛି ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।
ଏହା ବି ପଢ଼ନ୍ତୁ:-ଯଦି ଆପଣଙ୍କ ମୋବାଇଲ୍ ନମ୍ବର ଆଧାରରେ ହୋଇନାହିଁ ଲିଙ୍କ୍, ତେବେ ଅଟକି ଯିବ ଏସବୁ କାମ
ଏହା ବି ପଢ଼ନ୍ତୁ:-୩୮ ଦେଶରେ ବ୍ୟାପିଛି କୋରୋନାର ନୂଆ ଭାରିଆଣ୍ଟ ଓମିକ୍ରନ, ମୃତ୍ୟୁ ସଂଖ୍ୟାକୁ ନେଇ ଏହି ବଡ଼ ବୟାନ ଦେଲା WHO
ଏହା ବି ପଢ଼ନ୍ତୁ:-କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୪୧୪ ସଂକ୍ରମିତଙ୍କ ମୃତ୍ୟୁ
ଏହା ବି ପଢ଼ନ୍ତୁ:-ପୋଷ୍ଟ ଅଫିସ ନା ବ୍ୟାଙ୍କ? ଜାଣନ୍ତୁ କେଉଁଠାରେ ପ୍ରଥମେ ଡବଲ ହେବ ଆପଣଙ୍କ ଟଙ୍କା
ଏହା ବି ପଢ଼ନ୍ତୁ:-ଆସୁଛି 'ଜୱାଦ': ଜାଣନ୍ତୁ ବାତ୍ୟା ସମୟରେ କ'ଣ କରିବେ, ଆଉ ନକରିବେ...