ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement
Article Detail0/zeeodisha/odisha959370

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 7 August 2021: ସରକାରୀ ପେଟ୍ରୋଲିୟମ କମ୍ପାନୀଗୁଡିକ ଆଜି (ଶନିବାର) ପେଟ୍ରୋଲ ଓ ଡିଜେଲ (Petrol-Diesel Price) ର ନୂତନ ଦର ଜାରି କରିଦେଇଛନ୍ତି । ଶନିବାର ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ । ଯାହା ପରେ ଲଗାତର ୨୧ ଦିନ ହେବ ଦେଶରେ ପେଟ୍ରୋଲ ମୂଲ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ଡିଜେଲ ମୂଲ୍ୟ ମଧ୍ୟ ବିଗତ ୨୨ ଦିନ ସ୍ଥିର ରହିଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ଅଶୌଧିତ ତୈଳ ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । କିନ୍ତୁ ଏହାର ପ୍ରଭାବ ଭାରତୀୟ ବଜାରରେ ଦେଖିବାକୁ ମିଳିନାହିଁ । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ଶନିବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୮୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଜୁଲାଇ ୧୭ରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 

ଅଧିକ ପଢ଼ନ୍ତୁ:-ଆଫଗାନିସ୍ତାନ ଉପରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲା ଋଷ; ସାମିଲ ହେବେ ପାକିସ୍ଥାନ-ଚୀନ-ଆମେରିକା, କିନ୍ତୁ ଭାରତକୁ ମିଳିନି ଆମନ୍ତ୍ରଣ

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।

ଅଧିକ ପଢ଼ନ୍ତୁ:-ହଠାତ୍ ପୋଲିସ ଷ୍ଟେସନ ପହଞ୍ଚିଲେ ଗୃହମନ୍ତ୍ରୀ, ଥାନା ପ୍ରଭାରୀ ସମେତ ୩ ପୋଲିସ କର୍ମୀଙ୍କୁ କଲେ ସସପେଣ୍ଡ; କ୍ଲର୍କଙ୍କ ବିରୋଧରେ FIR

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୬୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୭୧ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୨୫ ଓ ତିଭେନ୍ଦ୍ରମରେ ୧୦୩.୫୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୯୫ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ପୁରୁଷଙ୍କ ପାଇଁ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥାଏ ମାତ୍ର ୩ଟି ଅଖରୋଟ, କେବଳ ଏହିପରି କରନ୍ତୁ ସେବନ, ମିଳିବ ଜବରଦସ୍ତ ଲାଭ!

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।