ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
Trending Photos
ନୂଆଦିଲ୍ଲୀ: Today Petrol-Diesel Rate 9 August 2021: କୋଭିଡ-19ର ଡେଲଟା ଭାରିଆଣ୍ଟ ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ତେଣୁ ଯାତ୍ରା ପ୍ରତିବନ୍ଧକ ପୁଣି ଆରମ୍ଭ ହୋଇଯାଇଛି । ଏହି କାରଣରୁ ସାରା ଦୁନିଆରେ ଶକ୍ତି ଚାହିଦାରେ ଯେଉଁ ରିକଭରୀ ଦୃଶ୍ୟମାନ ହେଉଥିଲା, ତାହା ଏବେ ସମାପ୍ତ ହୋଇଯାଇଛି । ଯାହାର ପ୍ରଭାବରେ ଗତ ସପ୍ତାହରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ହ୍ରାସ ଦେଖାଦେଇଥିଲା ।
ସେପଟେ ଆଜି ଅର୍ଥାତ ସପ୍ତାହର ପ୍ରଥମ ଦିନ ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ (Petrol-Diesel Price) ଜାରି କରିଦିଆଯାଇଛି । ସୋମବାର ମଧ୍ୟ ସରକାରୀ ତୈଳ କମ୍ପାନୀଗୁଡ଼ିକ ଦେଶର ସାଧାରଣ ଜନତାଙ୍କୁ ଇନ୍ଧନ ମୂଲ୍ୟରେ କୌଣସି ରିହାତି ଦେଇନାହାଁନ୍ତି । ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ । ଯାହା ପରେ ଲଗାତର ୨୩ ଦିନ ହେବ ଦେଶରେ ପେଟ୍ରୋଲ ମୂଲ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ଡିଜେଲ ମୂଲ୍ୟ ମଧ୍ୟ ବିଗତ ୨୪ ଦିନ ସ୍ଥିର ରହିଛି । ଅନ୍ୟପଟେ ବୈଶ୍ୱିକ ମାର୍କେଟରେ ଅଶୌଧିତ ତୈଳ ମୂଲ୍ୟ (Crude Oil Price) ରେ ହ୍ରାସ ଦେଖାଦେଇଛି । କିନ୍ତୁ ଏହାର କୌଣସି ପ୍ରଭାବ ଭାରତୀୟ ବଜାରରେ ଦେଖିବାକୁ ମିଳୁନାହିଁ । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ରବିବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୮୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।
ଅଧିକ ପଢ଼ନ୍ତୁ:-ଦେଢ଼ ବର୍ଷର ବକେୟା ମହଙ୍ଗା ଭତ୍ତାକୁ ନେଇ ଆସିଲା ସବୁଠାରୁ ବଡ଼ ଖବର, ମୋଦି ସରକାର ନେଲେ ଏହି ନିଷ୍ପତ୍ତି
ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଜୁଲାଇ ୧୭ରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି ।
୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ
ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।
ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।
ଅଧିକ ପଢ଼ନ୍ତୁ:-ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୪୯୧ ସଂକ୍ରମିତ
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୬୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୯୪ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୭୯ ଓ ତିଭେନ୍ଦ୍ରମରେ ୧୦୩.୯୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।
ଅଧିକ ପଢ଼ନ୍ତୁ:-ଏହି କର୍ମଚାରୀଙ୍କ ୧୦ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା, ସେପ୍ଟେମ୍ବରରେ ମିଳିବ ଡବଲ ଲାଭ
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୯୫ ଟଙ୍କା ଦରରେ ବିକ୍ରି ହେଉଛି ।
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।