ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୦୩ ପଇସାର ହ୍ରାସ ଘଟିଛି ।
Trending Photos
ନୂଆଦିଲ୍ଲୀ: ଆନ୍ତର୍ଜାତୀୟ ମାର୍କେଟରେ ଲଗାତର ଅଶୋଧିତ ତୈଳ ଦରରେ ହ୍ରାସ ଘଟୁଛି । କିନ୍ତୁ ଭାରତର ଘରୋଇ ବଜାରରେ ଏହାର କୌଣସି ପ୍ରଭାବ ଦେଖିବାକୁ ମିଳୁନାହିଁ । ଆଜି ଅର୍ଥାତ ରବିବାର ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର(Petrol-Diesel Rate)ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ ଆଜି ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ(Petrol-Diesel) ଦରରେ ହ୍ରାସ ରେକର୍ଡ ଘଟିଛି ।
ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୦୩ ପଇସାର ହ୍ରାସ ଘଟିଛି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ମଧ୍ୟ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । କିନ୍ତୁ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ୦୩ ପଇସାର ହ୍ରାସ ଦେଖାଦେଇଛି ।
ଅଧିକ ପଢ଼ନ୍ତୁ:-ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ଖୁବ୍ ଶୀଘ୍ର ଏହି ଉପହାର ଦେବାକୁ ଯାଉଛନ୍ତି ମୋଦି ସରକାର
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୦.୪୩ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୭.୧୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୨.୦୫ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୩.୬୩ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୦.୯୮ ଟଙ୍କା ରହିଛି ।
ଅଧିକ ପଢ଼ନ୍ତୁ:-କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୭୩.୫୬ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୦.୧୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୭.୦୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୮୭ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୭୯.୯୮ ଟଙ୍କା ଦରରେ ବିକ୍ରି ହେଉଛି ।