ପୁଣି ପେଟ୍ରୋଲ-ଡିଜେଲ ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha747466

ପୁଣି ପେଟ୍ରୋଲ-ଡିଜେଲ ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ପେଟ୍ରୋଲ ମୂଲ୍ୟରେ ଯଥାକ୍ରମେ-୧୪ ପଇସା, ୧୩ ପଇସା, ୧୩ ପଇସା, ୧୩ ପଇସା ହ୍ରାସ କରିଛନ୍ତି ।

ପୁଣି ପେଟ୍ରୋଲ-ଡିଜେଲ ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନ ପେଟ୍ରୋଲ ଓ ଡିଜେଲ ମୂଲ୍ୟ (Peterol-Diesel Price) ରେ ହ୍ରାସ ଘଟିଛି । ଗତକାଲି ମଧ୍ୟ ତୈଳ ଦରରେ ହ୍ରାସ ଦେଖାଦେଇଥିଲା । ଏହାର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାର ତୈଳ ଦରରେ କୌଣସି ପରିବର୍ତ୍ତନ ହୋଇନଥିବାବେଳେ ଗୁରୁବାର ଉଭୟ ପେଟ୍ରୋଲ ଓ ଡିଜେଲ (Petrol-Diesel Rate) ଶସ୍ତା ହୋଇଥିଲା । ଆଜି ଦେଶର ୪ଟି ମହାନଗର ଦିଲ୍ଲୀ, ମୁମ୍ୱାଇ, କୋଲକାତା, ଚେନ୍ନାଇରେ ପେଟ୍ରୋଲ-ଡିଜେଲ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି ।

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ପେଟ୍ରୋଲ ମୂଲ୍ୟରେ ଯଥାକ୍ରମେ-୧୪ ପଇସା, ୧୩ ପଇସା, ୧୩ ପଇସା, ୧୩ ପଇସା ହ୍ରାସ କରିଛନ୍ତି । ସେହିପରି ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ଡିଜେଲ ମୂଲ୍ୟରେ ଯଥାକ୍ରମେ-୧୫ ପଇସା, ୧୬ ପଇସା, ୧୫ ପଇସା, ୧୪ ପଇସାର ହ୍ରାସ ଘଟିଛି ।

ଅଧିକ ପଢ଼ନ୍ତୁ:-କୋରୋନା ମୁକାବିଲାରେ ସାରା ଦୁନିଆ ପାଇଁ ଉଦାହରଣ ପାଲଟିଲା ପାକିସ୍ତାନ, ଭୁରି ଭୁରି ପ୍ରଶଂସା କଲା WHO

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୧.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୮.୩୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୩.୨୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୪.୭୨ ଟଙ୍କା ରହିଛି ।

ଅଧିକ ପଢ଼ନ୍ତୁ:-କୋରୋନାକୁ ନେଇ ସତ ଲୁଚାଉଛି ଭାରତ !

ସେହିପରି ଡିଜେଲର ମୂଲ୍ୟ (Diesel Price) ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୭୨.୭୮ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୭୯.୨୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୬.୨୮ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୧୨ ଟଙ୍କା ରହିଛି ।