ପୁଣି ମହଙ୍ଗା ହେଲା ତୈଳ ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha735970

ପୁଣି ମହଙ୍ଗା ହେଲା ତୈଳ ଦର, ଜାଣନ୍ତୁ ଆଜିର ରେଟ୍

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ପେଟ୍ରୋଲ ମୂଲ୍ୟରେ ଯଥାକ୍ରମେ-୧୦ ପଇସା, ୧୧ ପଇସା, ୧୧ ପଇସା, ୦୯ ପଇସା ବୃଦ୍ଧି କରିଛନ୍ତି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୪୪ ପଇସାର ହ୍ରାସ ଘଟିଛି । 

ପୁଣି ମହଙ୍ଗା ହେଲା ତୈଳ ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଆଜି ପୁଣି ପେଟ୍ରୋଲ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଉଛି । ଆଜି ଅର୍ଥାତ ଗୁରୁବାର ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀ ସମେତ ଦେଶର ୪ଟି ମହାନଗରରେ ପେଟ୍ରୋଲ ଦର(Petrol Price)ରେ ବୃଦ୍ଧି ଘଟିଛି । କିନ୍ତୁ ଡିଜେଲ ଦର(Diesel Price)ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ ଆଜି ଭୁବନେଶ୍ୱରରେ ମଧ୍ୟ ପେଟ୍ରୋଲ-ଡିଜେଲ ଦରରେ(Petrol-Diesel Rate)ରେ ହ୍ରାସ ରେକର୍ଡ କରାଯାଇଛି ।  

ଅଧିକ ପଢ଼ନ୍ତୁ:-ନିଜ ପରିବାର ହିଁ ଟ୍ରମ୍ପଙ୍କୁ କରୁଛି ଟାର୍ଗେଟ, ଏଥର ଜିତି ପାରିବେ କି ରାଷ୍ଟ୍ରପତି ନିର୍ବାଚନ ?

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ପେଟ୍ରୋଲ ମୂଲ୍ୟରେ ଯଥାକ୍ରମେ-୧୦ ପଇସା, ୧୧ ପଇସା, ୧୧ ପଇସା, ୦୯ ପଇସା ବୃଦ୍ଧି କରିଛନ୍ତି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୪୪ ପଇସାର ହ୍ରାସ ଘଟିଛି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ୫୩ ପଇସାର ହ୍ରାସ ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୧.୮୩ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୮,୪୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୩,୩୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୪.୮୨ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୨,୩୦ ଟଙ୍କା ରହିଛି ।   

ଅଧିକ ପଢ଼ନ୍ତୁ:-ବିଜେପି ଭିତରେ ବିରୋଧର ସାମ୍ନା କରୁଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ !

ସେହିପରି ଡିଜେଲର ମୂଲ୍ୟ(Diesel Price) ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୭୩.୫୬ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୦.୧୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୭.୦୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୮୭ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୭୯.୯୫ ଟଙ୍କା ଦରରେ ବିକ୍ରି ହେଉଛି ।