ଆହୁରି ବଢ଼ିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha733012

ଆହୁରି ବଢ଼ିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜିର ରେଟ୍

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ପେଟ୍ରୋଲ ମୂଲ୍ୟରେ ଯଥାକ୍ରମେ-୧୬ ପଇସା, ୧୫ ପଇସା, ୧୫ ପଇସା, ୧୩ ପଇସା ବୃଦ୍ଧି କରିଛନ୍ତି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୨୮ ପଇସାର ବୃଦ୍ଧି ଘଟିଛି ।

ଆହୁରି ବଢ଼ିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମାର୍କେଟରେ ଅଶୋଧିତ ତୈଳ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଆଜି ଅର୍ଥାତ ଶନିବାର ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ଦେଶର ୪ଟି ମହାନଗରରେ ପେଟ୍ରୋଲ ଦର(Petrol Price)ରେ ବୃଦ୍ଧି ଘଟିଛି । କିନ୍ତୁ ଡିଜେଲ ଦର(Diesel Price)ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ ଆଜି ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦର(Petrol-Diesel Rate)ରେ ବୃଦ୍ଧି ରେକର୍ଡ କରାଯାଇଛି ।  

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ପେଟ୍ରୋଲ ମୂଲ୍ୟରେ ଯଥାକ୍ରମେ-୧୬ ପଇସା, ୧୫ ପଇସା, ୧୫ ପଇସା, ୧୩ ପଇସା ବୃଦ୍ଧି କରିଛନ୍ତି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୨୮ ପଇସାର ବୃଦ୍ଧି ଘଟିଛି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପକ୍ଷେ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ୧୨ ପଇସାର ବୃଦ୍ଧି ଦେଖାଦେଇଛି । 

ଅଧିକ ପଢ଼ନ୍ତୁ:-ମହାତ୍ମା ଗାନ୍ଧୀଙ୍କ ଚଷମା ୨.୫୫ କୋଟି ଟଙ୍କାରେ ହେଲା ନିଲାମ

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୧.୩୫ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୮,୦୨ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୨.୮୭ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୪.୪୦ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୨,୩୬ ଟଙ୍କା ରହିଛି ।   

ଅଧିକ ପଢ଼ନ୍ତୁ:-ଏଥର ବାପା ନୁହେଁ, ପୁଅ ଯୋଗୁଁ ଭାଙ୍ଗିଯିବ ଉଦ୍ଧବ ସରକାର !

ସେହିପରି ଡିଜେଲର ମୂଲ୍ୟ(Diesel Price) ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୭୩.୫୬ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୦.୧୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୭.୦୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୮୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୮୦.୪୮ ଟଙ୍କା ଦରରେ ବିକ୍ରି ହେଉଛି ।