Advertisement
photoDetails0hindi

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୩୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି ୩୦୦ ଟଙ୍କାର ହ୍ରାସ ଘଟିଛି ।

1/6

ନୂଆଦିଲ୍ଲୀ: ଲଗାତର ଷଷ୍ଠ ଦିନ ସୁନା (Gold Rate) ରେ ହ୍ରାସ ଘଟିଛି । ସେହି ଆଜି ରୁପା ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଅନ୍ୟପକ୍ଷେ ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦର (Gold-Silver Price) ରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଗତ ୪ ଦିନରେ ସୁନା ମୂଲ୍ୟରେ ୨,୧୪୦ ଟଙ୍କା ହ୍ରାସ ଘଟିଛି । 

2/6

ଅନ୍ୟପକ୍ଷେ ଆଜି ଅର୍ଥାତ ଶନିବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୩୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୩୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୩୫୦ ଟଙ୍କା ଥିଲା ।

3/6

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୩୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୯,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୫୯,୩୦୦ ଥିଲା ।

4/6

ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୨୩୦ ଟଙ୍କାର ହ୍ରାସ ଘଟିଛି ।

5/6

ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୧୪୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୦୫୦ ଟଙ୍କା ରହିଥିଲା । 

6/6

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୩୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୯,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୫୯,୩୦୦ ଥିଲା ।