ଆହୁରି କମିଲା ରୁପା ମୂଲ୍ୟ, ଜାଣନ୍ତୁ ଆଜି କ'ଣ ରହିଛି ସୁନା ରେଟ୍
Advertisement
Article Detail0/zeeodisha/odisha805516

ଆହୁରି କମିଲା ରୁପା ମୂଲ୍ୟ, ଜାଣନ୍ତୁ ଆଜି କ'ଣ ରହିଛି ସୁନା ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୨୧୦ ଟଙ୍କାର ହ୍ରାସ ଘଟିଛି । 

ଆହୁରି କମିଲା ରୁପା ମୂଲ୍ୟ, ଜାଣନ୍ତୁ ଆଜି କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ସାମାନ୍ୟ ପରିବର୍ତ୍ତନ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଶୁକ୍ରବାର ସୁନା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି (ଶନିବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୪୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୦୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୧୯୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୦୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-'ସୋନିଆ ଗାନ୍ଧୀ ଓ ମନମୋହନ ସିଂଙ୍କ ଯୋଗୁଁ ୨୦୧୪ରେ ମୋଦିଙ୍କଠୁ ହାରି ଥିଲା କଂଗ୍ରେସ'

ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୨୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୪୧୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୨୦ ଟଙ୍କା ରହିଛି । ଯାହା ଗତକାଲି ୬,୩୪୧ ଟଙ୍କା ଥିଲା ।

ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଶୁକ୍ରବାର ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୦୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୫,୯୦୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ସୋନିଆ ଗାନ୍ଧୀଙ୍କ ସ୍ଥାନ ନେବେ ଶରଦ ପାୱାର!

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ମଧ୍ୟ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନଥିଲା । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୮୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୮୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୮୦୦ ଟଙ୍କା ଥିଲା ।