ପୁଣି ୧୩୫ ଟ୍ରେନ ବାତିଲ କଲା ରେଲୱେ, ଯାତ୍ରା କରିବା ପୂର୍ବରୁ ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା
Advertisement
Article Detail0/zeeodisha/odisha1287624

ପୁଣି ୧୩୫ ଟ୍ରେନ ବାତିଲ କଲା ରେଲୱେ, ଯାତ୍ରା କରିବା ପୂର୍ବରୁ ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

 Train Cancelled List: ଆପଣଙ୍କୁ କହି ରଖୁଛୁ ଯେ, ଟ୍ରେନ୍ ବାତିଲ୍ ପଛରେ ଅନେକ ଭିନ୍ନ କାରଣ ଅଛି । ଏହାର ମୁଖ୍ୟ କାରଣ ହେଉଛି ଖରାପ ପାଗ । ଏହି ସମୟରେ ଦେଶରେ ମୌସୁମୀ ଜାରି ରହିଛି । 

ପୁଣି ୧୩୫ ଟ୍ରେନ ବାତିଲ କଲା ରେଲୱେ,  ଯାତ୍ରା କରିବା ପୂର୍ବରୁ ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ: Train Cancelled List: ଭାରତୀୟ ରେଳ (Indian Railways) କୁ ବେଳେବେଳେ ବିଭିନ୍ନ କାରଣରୁ କେତେକ ଟ୍ରେନ୍ ଡାଇଭର୍ଟ, ରିଶିଡ୍ୟୁଲ  ଏବଂ ବାତିଲ୍ କରିବାକୁ ପଡେ । ଏହି କାରଣରୁ ଲୋକଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ । ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ଆଜି ଅର୍ଥାତ ଅଗଷ୍ଟ ୪ରେ ରେଲୱେ ମୋଟ ୧୩୫ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି ।

ଆପଣଙ୍କୁ କହି ରଖୁଛୁ ଯେ, ଟ୍ରେନ୍ ବାତିଲ୍ ପଛରେ ଅନେକ ଭିନ୍ନ କାରଣ ଅଛି । ଏହାର ମୁଖ୍ୟ କାରଣ ହେଉଛି ଖରାପ ପାଗ । ଏହି ସମୟରେ ଦେଶରେ ମୌସୁମୀ ଜାରି ରହିଛି । ଏଭଳି ପରିସ୍ଥିତିରେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏଭଳି ପରିସ୍ଥିତିରେ ଅନେକ ଟ୍ରେନକୁ ବାତିଲ କରିବାକୁ ପଡିଛି କିମ୍ବା ଏହାର ସମୟ ଓ ମାର୍ଗ ପରିବର୍ତ୍ତନ କରିବାକୁ ପଡ଼ିଛି । ଏହା ବ୍ୟତୀତ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଅନେକ ଥର ଟ୍ରେନକୁ ବାତିଲ କରିବାକୁ ପଡ଼ିଥାଏ ।

ଏହା ବି ପଢ଼ନ୍ତୁ:-ଉଦ୍ଧବ ଠାକରେଙ୍କୁ ଆଶ୍ୱସ୍ତି! ଏକନାଥ ସିନ୍ଦେ ଦଳୀୟ ଚିହ୍ନକୁ ନେଇ ଦେଲେ ବଡ଼ ବୟାନ

ଏହା ବି ପଢ଼ନ୍ତୁ:-ଆରମ୍ଭ ହେଲା ଆଉ ଏକ ଭୀଷଣ ଯୁଦ୍ଧ!

ଏହା ବି ପଢ଼ନ୍ତୁ:-ଚୀନ ସୈନ୍ୟକୁ କେତେ ଦିନ ଟକ୍କର ଦେଇପାରିବ ତାଇୱାନ ସେନା, ଜାଣନ୍ତୁ କିଏ କେତେ ଶକ୍ତିଶାଳୀ?

 

ଆଜି ଅର୍ଥାତ୍ ଅଗଷ୍ଟ ୪ରେ ରେଲୱେ ମୋଟ ୧୩୫ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଏଥି ସହିତ ମୋଟ ୧୧ଟି ଟ୍ରେନ୍ ରିଶିଡ୍ୟୁଲ କରିଛି ଓ ୨୬ଟି ଟ୍ରେନ୍ ଡାଇଭର୍ଟ ବା ସେମାନଙ୍କର ମାର୍ଗ ପରିବର୍ତ୍ତନ କରାଯାଇଛି । ଯଦି ଆପଣ ମଧ୍ୟ ବାତିଲ୍, ରିଶିଡ୍ୟୁଲ ଏବଂ ଡାୟଭର୍ଟ ଟ୍ରେନ୍ ଗୁଡ଼ିକର ତାଲିକା ଚେକ୍ କରିବାକୁ ଚାହୁଁଛନ୍ତି, ତେବେ ଆପଣ କିଛି ସହଜ ପଦକ୍ଷେପ ଅନୁସରଣ କରି ଏହାକୁ ଚେକ୍ କରିପାରିବେ । ତେବେ ଆସନ୍ତୁ ଜାଣିବା ଏହି ପଦ୍ଧତି ବିଷୟରେ- 

ଏହିପରି ଦେଖନ୍ତୁ ଆପଣଙ୍କର ଟ୍ରେନ୍ ସ୍ଥିତି

ଭାରତୀୟ ରେଳବାଇ ଦ୍ୱାରା ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ, ଆପଣଙ୍କୁ ପ୍ରଥମେ enquiry.indianrail.gov.in/mntes/ କୁ ଯିବାକୁ ପଡିବ । ତା’ପରେ ସେଠାରେ ଆପଣ ସ୍କ୍ରିନର ଡାହାଣ ପାର୍ଶ୍ୱରେ ଥିବା ଉପର ପ୍ୟାନେଲରେ  Exceptional Trains ଲେଖା ଦେଖିବେ, ଏଥିରେ କ୍ଲିକ୍ କରନ୍ତୁ । ଆପଣ ଏହା ଉପରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କୁ ଅନେକ ବିକଳ୍ପ ଦେଖିବାକୁ ମିଳିବ, ସେଥିମଧ୍ୟରୁ ଗୋଟିଏ ବାତିଲ ହୋଇଥିବା ଟ୍ରେନ୍ ପାଇଁ ହେବ । ଯଦି ଆପଣ ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ ଚାହାଁନ୍ତି, ତେବେ ଏଥିରେ କ୍ଲିକ୍ କରନ୍ତୁ । ଏହା ପରେ ବାତିଲ, ପୁନଃନିର୍ଦ୍ଧାରିତ ଏବଂ ଡାଇଭର୍ଟ ଟ୍ରେନର ତାଲିକା ଆପଣଙ୍କ ପରଦାରେ ଦେଖାଯିବ, ଯାହା ଦ୍ୱାରା ଆପଣ ଆପଣଙ୍କର ଆବଶ୍ୟକତା ଅନୁଯାୟୀ ସୂଚନା ପାଇପାରିବେ ।