ଦମଦାର ହେବ ନିର୍ବାଚନ ପ୍ରଚାର, ଆସନ୍ତାକାଲି ଆସୁଛନ୍ତି ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ
Advertisement
Article Detail0/zeeodisha/odisha2234735

ଦମଦାର ହେବ ନିର୍ବାଚନ ପ୍ରଚାର, ଆସନ୍ତାକାଲି ଆସୁଛନ୍ତି ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱରରେ ଆସନ୍ତା କାଲି ବିଜେପି ସଂକଳ୍ପ ପତ୍ରକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା । ଆସନ୍ତା କାଲି ରାତି ୯ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା କାଲି ଭୁବନେଶ୍ୱରରେ ରାତ୍ରିଯାପନ କରିବେ ପ୍ରଧାନମନ୍ତ୍ରୀ ମୋଦିଜୀ । ୬ ତାରିଖ ସକାଳ ୧୦ଟାରେ ବ୍ରହ୍ମପୁର ଏବଂ ମଧ୍ୟାହ୍ନ ୧୨.୩୦ରେ ନବରଙ୍ଗପୁରଠାରେ ଅନୁଷ୍ଠିତ “ବିଜୟ ସଂକଳ୍ପ ସମାବେଶ”କୁ ସମ୍ବୋଧନ କରିବେ ।

ଦମଦାର ହେବ ନିର୍ବାଚନ ପ୍ରଚାର, ଆସନ୍ତାକାଲି ଆସୁଛନ୍ତି ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର: ଓଡିଶାର ସାମୁହିକ ବିକାଶକୁ ତ୍ୱରାନ୍ୱିତ କରିବା ଏବଂ ବିକଶିତ ଓଡିଶା ଗଠନ ପାଇଁ ବିଜେପି ସରକାର ଦରକାର । ଓଡ଼ିଆ ଭାଷା, ସଂସ୍କୃତି, ଐତିହ୍ୟ, ପରଂପରା, କଳା, ଭାସ୍କର୍ଯ୍ୟ ଆଦିର ସୁରକ୍ଷା ପାଇଁ ବିଜେପି ଏକମାତ୍ର ବିକଳ୍ପ । ଓଡିଶାବାସୀଙ୍କ ସେବା ପାଇଁ ବିଜେପିକୁ ଥରେ ସୁଯୋଗ ଦେବାକୁ ରାଜ୍ୟବାସୀ ମନସ୍ଥିର କରିଛନ୍ତି । ଦୀର୍ଘ ୨୫ ବର୍ଷର ଭ୍ରଷ୍ଟାଚାରୀ, ଦୁର୍ନୀତିଖୋର ଓ ବ୍ୟଭୀଚାରୀ ବିଜେଡି ସରକାରର ଅନ୍ତ ହେବା ନିହାତି ଆବଶ୍ୟକ । ଘରେ ବସି ରହିଲେ ଓ ମିଛ ପ୍ରଚାର କରି ଭ୍ରମ ଧାରଣା ସୃଷ୍ଟି କରିଲେ ରାଜ୍ୟବାସୀଙ୍କ ସମସ୍ୟାର ସମାଧାନ ହେବ ନାହିଁ । ନୂତନ ଓଡିଶା ଗଠନ ପାଇଁ ରାଜ୍ୟ ରାଜନୀତିରେ ପରିବର୍ତ୍ତନ ଆସିବ ଏବଂ ଓଡିଶାରେ ବିଜେପିର ସରକାର ଗଠନ ହେବ । ବିଜେପିର ପ୍ରଚାରକୁ ଶାଣିତ କରିବା ପାଇଁ ଆସନ୍ତା କାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା ।

ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ଆସନ୍ତା କାଲି ଅପରାହ୍ନ ୩ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ । ଅପରାହ୍ନ ୩.୩୦ରେ ଶ୍ରୀ ନଡ୍ଡା “ବିଜେପି ସଂକଳ୍ପ ପତ୍ର”କୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ । ଏହି କାର୍ଯ୍ୟକ୍ରମ ପରେ ଶ୍ରୀ ନଡ୍ଡା ଓଡ଼ିଶାରୁ ପ୍ରତ୍ୟାବର୍ତନ କରିବେ ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆସନ୍ତା କାଲି ରାତି ୯ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ । ପ୍ରଧାନମନ୍ତ୍ରୀଙ୍କୁ ବିମାନ ବନ୍ଦରରେ ବିପୁଳ ସ୍ୱାଗତ ଓ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ । ଆସନ୍ତା କାଲି ଭୁବନେଶ୍ୱରରେ ରାତ୍ରିଯାପନ ପରେ ପ୍ରଧାନମନ୍ତ୍ରୀ ମୋଦି ୬ ତାରିଖ ସକାଳ ୧୦ଟାରେ ବ୍ରହ୍ମପୁର ନିକଟସ୍ଥ କନିସି ଛକ ଏବଂ ମଧ୍ୟାହ୍ନ ୧୨.୩୦ରେ ନବରଙ୍ଗପୁରର ଚିକିଲି ଛକଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧନ କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।

Also Read- ରଂଗତୂଳୀରେ ସାମାଜିକ ସଂଘର୍ଷର ଦୋମୁହାଁ ଚରିତ୍ର

Also Read- Love Story: ପ୍ରେମ ଭାଙ୍ଗିଲା ଧର୍ମର କାନ୍ଥ, ହିନ୍ଦୁ ଯୁବକଙ୍କୁ ବାହାହେଲେ ମୁସଲିମ ଝିଅ