ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2038696

ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Metro Rail Project: ଆଜି ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ପଟ୍ଟନାୟକ ଅନ୍ତଜାର୍ତୀୟ ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ପାଇଁ ବାରଙ୍ଗ ରତାଗଡ ଲେଙ୍କା ସାହିରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ନୂଆବର୍ଷ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବହୁଦିନର ସ୍ୱପ୍ନ ସାକାର ହେବ । ଆଜି ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପ (metro rail project) ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen patnaik)। ବିଜୁ ପଟ୍ଟନାୟକ ଅନ୍ତଜାର୍ତୀୟ ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ପାଇଁ ବାରଙ୍ଗ ରତାଗଡ ଲେଙ୍କା ସାହିରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମେଟ୍ରୋ ପ୍ରକଳ୍ପର ଶୁଭାରମ୍ଭ ପୂର୍ବରୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ରୋଡ୍ ଶୋ’ରେ ବାହାରି ରତାଗଡ ଲେଙ୍କାସାହିରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ରୋଡ ଶୋ’ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ୧୨ଟି ସ୍ଥାନରେ ଜୋରଦାର ସ୍ୱାଗତ କରାଯାଇଥିଲା ।

୫-ଟି ଉପକ୍ରମରେ ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ହେବ । ଏଥିପାଇଁ ୫୯୨୯.୩୮ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଗତବର୍ଷ ଏପ୍ରିଲ ପହିଲା ଉତ୍କଳ ଦିବସରେ ରାଜ୍ୟର ପ୍ରଥମ ମେଟ୍ରୋ ପ୍ରକଳ୍ପ ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାତ୍ର ୮ ମାସ ମଧ୍ୟରେ ପ୍ରକଳ୍ପ ପାଇଁ ପ୍ରାରମ୍ଭିକ କାର୍ଯ୍ୟ ସହ ଅର୍ଥ ବରାଦ ହୋଇଛି। ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ତତ୍ତ୍ଵାବଧାନରେ ଦିଲ୍ଲୀ ମେଟ୍ରୋ ରେଳ ନିଗମ ଟର୍ଣ୍ଣ କି’ ପରାମର୍ଶଦାତା ଭାବେ ପ୍ରକଳ୍ପ କାର୍ଯ୍ୟ କରିବ । ୨୬ କିଲୋମିଟର ବିଶିଷ୍ଟ ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟରେ ୨୦ଟି ଷ୍ଟେସନ ରହିବ । ପରବର୍ତ୍ତୀ ସମୟରେ ଉଭୟ ଦିଗରେ ପ୍ରକଳ୍ପକୁ କଟକ ଓ ପୁରୀକୁ ସମ୍ପ୍ରସାରଣ କରାଯିବ ।

Also Read- ଆହୁରି ସୁବିଧା ହେଲା ଜଗା ଦର୍ଶନ: ବଡ଼ଦାଣ୍ଡରେ ଖୋଲିଲା ଏସି ଟନେଲ

Also Read- ପ୍ରଭୁ ଶ୍ରୀରାମଙ୍କ ପତାକା ସହ ୧୩ ହଜାର ଫୁଟ ଉଚ୍ଚରୁ ଡେଇଁଲେ ଏହି ଝିଅ