ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2054527

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଲୋଗୋର ଟ୍ୟାଗ୍‌ଲାଇନ୍  ରହିଛି ‘ଭାଷା ହିଁ ଭବିଷ୍ୟତ’ । ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କଲେ ମୁଖ୍ୟମନ୍ତ୍ରୀ

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି ।

ସେ କହିଛନ୍ତି ଯେ, ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ  । 

ସେ ପୁଣି କହିଛନ୍ତି ଯେ ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର  ବଢ଼ିବ  ଏବଂ   ଆଧୁନିକ  ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ।

Also Read- ପାକିସ୍ତାନ ସୀମାରେ ଲାଗିବ ୨୦୦୦ ସିସିଟିଭି କ୍ୟାମେରା

Also Read- Ollywood News: ନୂଆ ଓଡ଼ିଆ ଚଳଚ୍ଚିତ୍ର "କେମିତି ଏ ସମ୍ପର୍କ" ର ଅଡିଓ ରିଲିଜ୍