Cyclone Update: ବାତ୍ୟା ‘ମିଗଜୋମ୍’ ପ୍ରଭାବରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Advertisement

Cyclone Update: ବାତ୍ୟା ‘ମିଗଜୋମ୍’ ପ୍ରଭାବରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Cyclone Update: ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ଼ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗଜୋମ୍’ (Cyclone Michaung) ଭୟଙ୍କର ରୂପ ନେଇଛି । ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୮ କି.ମି ବେଗରେ ଗତି କରୁଛି । 

ସୌ(ସୋସିଆଲ ମିଡିଆ)

Cyclone Michaung: ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ଼ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗଜୋମ୍’ (Cyclone Michaung) ଭୟଙ୍କର ରୂପ ନେଇଛି । ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୮ କି.ମି ବେଗରେ ଗତି କରୁଛି । ବାତ୍ୟା ପୂର୍ବ ଉତ୍ତର, ପୂର୍ବ ଚେନ୍ନାଇଠାରୁ ୯୦ କି.ମି, ପୁଡୁଚେରୀଠାରୁ ୧୮୦ କି.ମି, ନେଲୋରଠାରୁ ୫୦୦ କି.ମି ଓ ମଚ୍ଛଲିପଟମଠାରୁ ୩୦୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ।

ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ଏହା ଆହୁରି ବଳ ଗୋଟାଇ ପୂର୍ବାହ୍ନ ସମୟରେ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଓ ମଚ୍ଛଲିପଟମ୍ ଦେଇ ସ୍ଥଳଭାଗ ଅତିକ୍ରମ କରିବ । ସ୍ଥଳ ଭାଗ ଛୁଇଁବା ବେଳକୁ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି ଓ ବେଳେବେଳେ ୧୧୦ କି.ମି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ( India Meteorological Department) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ଏହାର ପ୍ରଭାବରେ ଆସନ୍ତା ୨ ଦିନ ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଖାସ୍ କରି ଆଜି ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା (Heavy Rain) ହେବା ନେଇ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହା ବ୍ୟତୀତ ପୁରୀ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ନବରଙ୍ଗପୁର ଓ ଜଗତସିଂହପୁର ଜିଲ୍ଲାରେ ହାଲୁକା ମଧ୍ଯମ ଧରଣର ବର୍ଷା (Rain) ହେବା ନେଇ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣଂ (Orange Warning) ଜାରି କରାଯାଇଛି ।

ପ୍ରକାଶ ଥାଉ କି, ବାତ୍ୟା ଯୋଗୁଁ ଓଡିଶା ଉପକୂଳରେ ୫୦ରୁ ୬୦ କି.ମି ବେଗରେ ପବନ ବହିବା ନେଇ ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ ଦିଆଯାଇଛି । ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ବାରଣ କରାଯାଇଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର କୃଷି ଅଧିକାରୀମାନଙ୍କ ଛୁଟି ବାତିଲ କରାଯାଇଥିବା ବେଳେ ସମସ୍ତ ଜିଲ୍ଲାପାଳଙ୍କୁ ପରିସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।