Odisha Election 2024: ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ତାରାତାରିଣୀ ପୀଠରେ ବିଜେଡି ସୁପ୍ରିମୋ
Advertisement
Article Detail0/zeeodisha/odisha2228466

Odisha Election 2024: ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ତାରାତାରିଣୀ ପୀଠରେ ବିଜେଡି ସୁପ୍ରିମୋ

Odisha Election 2024: ଆଗାମୀ ନିର୍ବାଚନ ନେଇ ଆଜି ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ । ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ। 

Odisha Election 2024: ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ତାରାତାରିଣୀ ପୀଠରେ ବିଜେଡି ସୁପ୍ରିମୋ

Odisha Election 2024: ଆଗାମୀ ନିର୍ବାଚନ ନେଇ ଆଜି ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ । ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ। ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠ ଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି।

ଖବର ଅନୁଯାୟୀ, ଆଜି ଜିଲ୍ଲା ସଦର ମହକୁମା ଛତ୍ରପୁର ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ସକାଳ ୧୧ଟାରେ ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବା ପରେ ସେଠାରୁ କାର ଯୋଗେ ମା’ତାରା ତାରିଣୀ ପୀଠରେ ପହଁଞ୍ଚିଛନ୍ତି। ସେଠାରେ ପୂଜାର୍ଚ୍ଚନା ସାରି ମଧ୍ୟାହ୍ନ ୧୨ଟା୩୫ ମିନିଟ୍ ରେ ସେ ଛତ୍ରପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥୀପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।