Puri News: ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି, ଏତିକି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
Advertisement
Article Detail0/zeeodisha/odisha2183549

Puri News: ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି, ଏତିକି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Khasapada niti at Srimandira: ଆଜି ଚୈତ୍ରମାସ କୃଷ୍ଣପକ୍ଷ ସପ୍ତମୀ ତିଥି। ଆଜିର ଏହି ପବିତ୍ର ତିଥି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀୟୁମାନଙ୍କର ଖସାପଡ଼ା ନୀତି। ମଧ୍ଯାହ୍ନ ଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିବେ।

Puri News: ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି, ଏତିକି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Khasapada niti at Srimandira: ଆଜି ଚୈତ୍ରମାସ କୃଷ୍ଣପକ୍ଷ ସପ୍ତମୀ ତିଥି। ଆଜିର ଏହି ପବିତ୍ର ତିଥି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀୟୁମାନଙ୍କର ଖସାପଡ଼ା ନୀତି। ମଧ୍ଯାହ୍ନ ଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିବେ। ଖସାପଡା ନିତି ଶ୍ରୀଜୀୟୁ ମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଏ। ଯେହେତୁ ଦେବସ୍ନାନ ପୁର୍ଣ୍ଣମୀ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଆଦିରେ ମହାପ୍ରଭୁ ପହଣ୍ଡି ହୋଇଥିଲେ।  

ALSO READ: Lucky Zodiac Signs April 2024: ଭାଗ୍ୟ ଫିଟାଇବ ଚତୁଃଗ୍ରାହୀ ଯୋଗ, ଏପ୍ରିଲରେ ଧନବାନ୍ ହେବେ ୫ରାଶି!

ଏଣୁ ତାହା ପୁର୍ବରୁ ଖସାପଡ଼ା ନୀତି କରାଯାଇଥିଲା।  ଆଗକୁ ଦେବସ୍ନାନ ପୂର୍ଣ୍ଣିମା ଓ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ରହିଥିବାରୁ ଶ୍ରୀଜୀୟୁମାନେ ପହଣ୍ଡି ହେବେ। ଏଣୁ ଏହାପୂର୍ବରୁ ଅର୍ଥାତ ଆଜି ପୁନର୍ବାର ଖସାପଡ଼ା ନୀତି ଅନୁଷ୍ଠିତ ହେବ ବୋଲି ଦଇତାପତି ସେବାୟତ ବିନାୟକ ଦାସମହାପାତ୍ର ସୂଚନା ଦେଇଛନ୍ତି। ସେପଟେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ସଂଧ୍ୟା ୬ଟାରୁ ସାଧାରଣ ଦର୍ଶନ ବନ୍ଦ ରହିଥିବାକୁ ଥିବା ବେଳେ ଆପାତତଃ ରାତି ୧୦ଟାରୁ ସାଧାରଣ ଦର୍ଶନ ପୁନର୍ବାର ଆରମ୍ଭ ହେବ ବୋଲି ଜଣାପଡିଛି।