Weather Update: ଚଳିତ ବର୍ଷ ରାଜ୍ୟରେ କମ୍ ଅନୁଭୂତ ହେବ ଶୀତ
Advertisement

Weather Update: ଚଳିତ ବର୍ଷ ରାଜ୍ୟରେ କମ୍ ଅନୁଭୂତ ହେବ ଶୀତ

Weather Update: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ତାମାନଠାରୁ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି । ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଗଭୀର ଅବପାତରେ ପରିଣତ ହେବ । 

ସୌ(ସୋସିଆଲ ମିଡିଆ)

Weather Update: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ତାମାନଠାରୁ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି । ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଗଭୀର ଅବପାତରେ ପରିଣତ ହେବ । ଏହାପରେ ରବିବାର ସୁଦ୍ଧା  ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ୪ ତାରିଖ ସକାଳେ ସାମୁଦ୍ରିତ ଝଡ଼ ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ଉପକୂଳରେ ପହଁଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଏହାର ପ୍ରଭାବ ୪ ତାରିଖ ସକାଳେ ସାମୁଦ୍ରିକ ଝଡ଼ ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ଉପକୂଳରେ ପହଁଞ୍ଚିବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହାର ପ୍ରଭାବରେ ଆସନ୍ତା ୫ରୁ ୭ ତାରିଖ ଯାଏଁ ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ବିଶେଷ କରି ମାଲକାନଗିରି, କୋରପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, କଟକ, ବାଲେଶ୍ବର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ବାତ୍ୟା ଯୋଗୁଁ ଉପକୂଳରେ ୫୦ରୁ ୬୦ କି.ମି ବେଗରେ ପବନ ବହିବା ନେଇ ସମ୍ଭାବନା ରହିଛି । ତେବେ ଚଳିତ ବର୍ଷ ରାଜ୍ୟରେ ଶୀତ ଋତୁରେ ସର୍ବନିମ୍ନ ରାତ୍ରି ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବା ସମ୍ଭାବନା ଥିବାରୁ ଡିସେମ୍ବରରୁ ଫେବୃଆରୀ ମଧ୍ୟରେ ଶୀତର ପ୍ରକୋପ କମ୍ ରହିବା ନେଇ ବିଭାଗ ପକ୍ଷରୁ ଆକଳନ କରାଯାଇଛି  ।