7th Pay Commission DA Hike: ସରକାରୀ କର୍ମଚାରୀଙ୍କୁ ଲାଗିଲା ଡବଲ୍ ଲଟେରୀ, ମହଙ୍ଗା ଭତ୍ତା ବୃଦ୍ଧି ସହିତ ମିଳିଲା ଏହି ଖୁସି ଖବର
Advertisement

7th Pay Commission DA Hike: ସରକାରୀ କର୍ମଚାରୀଙ୍କୁ ଲାଗିଲା ଡବଲ୍ ଲଟେରୀ, ମହଙ୍ଗା ଭତ୍ତା ବୃଦ୍ଧି ସହିତ ମିଳିଲା ଏହି ଖୁସି ଖବର

7th Pay Commission DA Hike: ସରକାରଙ୍କ ଦ୍ୱାରା ବର୍ଷକୁ ଦୁଇଥର ମହଙ୍ଗା ଭତ୍ତା ବୃଦ୍ଧି କରାଯାଏ । ଏହା ଜାନୁଆରୀ ଓ ଜୁଲାଇରେ କାର୍ଯ୍ୟକାରୀ ହୋଇଥାଏ । ତେବେ ଏହି ଘୋଷଣା ପ୍ରତିବର୍ଷ ବିଳମ୍ବରେ ହୋଇଥାଏ । ଯେପରି ଜାନୁଆରୀ ପାଇଁ ମହଙ୍ଗା ଭତ୍ତା ନିଷ୍ପତ୍ତି ମାର୍ଚ୍ଚରେ ନିଆଯାଇଛି । ସେହିଭଳି ଜୁଲାଇ ପାଇଁ ନିଷ୍ପତ୍ତି ସେପ୍ଟେମ୍ବର-ଅକ୍ଟୋବରରେ ନିଆଯାଇଥାଏ । 

7th Pay Commission DA Hike: ସରକାରୀ କର୍ମଚାରୀଙ୍କୁ ଲାଗିଲା ଡବଲ୍ ଲଟେରୀ, ମହଙ୍ଗା ଭତ୍ତା ବୃଦ୍ଧି ସହିତ ମିଳିଲା ଏହି ଖୁସି ଖବର

7th Pay Commission DA Hike: ସରକାରୀ କର୍ମଚାରୀ (Government Employees) ଙ୍କ ପାଇଁ ପୁଣି ଥରେ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି । ବର୍ତ୍ତମାନ ସରକାରୀ କର୍ମଚାରୀଙ୍କୁ ହିମାଚଳ ପ୍ରଦେଶ ସରକାର (Himachal Pradesh Government) ଡବଲ ଖୁସି ଖବର ଦେଇଛନ୍ତି । ସରକାରୀ କର୍ମଚାରୀଙ୍କ ପାଇଁ ପୁରୁଣା ପେନସନ୍ ଯୋଜନା (Old Pension Scheme) ଲାଗୁ କରିବା ସହିତ ମହଙ୍ଗା ଭତ୍ତା (Dearness Allowance) ବୃଦ୍ଧି କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି । ରାଜ୍ୟ ସରକାରଙ୍କ ଦ୍ୱାରା ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିବାରୁ ୨.୧୫ ଲକ୍ଷ କର୍ମଚାରୀ ଓ ୧.୯୦ ଲକ୍ଷ ପେନସନଭୋଗୀଙ୍କୁ ଲାଭ ମିଳିବ । ହିମାଚଳ ପ୍ରଦେଶର କଂଗ୍ରେସ ସରକାର କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି (DA Hike) କରିଛି । ଏହା ପୂର୍ବରୁ କର୍ମଚାରୀଙ୍କୁ ୩୧ ପ୍ରତିଶତ ହାରରେ ମହଙ୍ଗା ଭତ୍ତା ମିଳୁଥିଲା । ବର୍ତ୍ତମାନ ୩୪ ପ୍ରତିଶତ ହାରରେ ମହଙ୍ଗା ଭତ୍ତା (DA) ମିଳିବ ।

ରାଜ୍ୟ ସରକାର (Himachal Pradesh Government) ଦେଇଥିବା ସୂଚନା ଅନୁଯାୟୀ, ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି (DA Hike) ହିମାଚଳ ପ୍ରଦେଶ ସରକାରଙ୍କ ରାଜକୋଷ ଉପରେ ପ୍ରାୟ ୫୦୦ କୋଟିର ଅତିରିକ୍ତ ବୋଝ ପକାଇବ । ଏହା ବ୍ୟତୀତ ହିମାଚଲ ପ୍ରଦେଶ ସିଏମ୍ ସୁଖବିନ୍ଦର ସିଂ ସୁଖୁ ମଧ୍ୟ ଚଳିତ ବର୍ଷ ଜୁନରୁ ୧୮ ବର୍ଷରୁ ଅଧିକ ସ୍ପିତିର ୯,୦୦୦ ମହିଳାଙ୍କୁ ୧୫୦୦ ଟଙ୍କା ମାସିକ ଭତ୍ତା ଦେବାକୁ ଘୋଷଣା କରିଛନ୍ତି । ଆପଣଙ୍କୁ କହି ରଖୁଛୁ ଯେ, ରାଜ୍ୟ ସରକାର ଦ୍ୱାରା ବର୍ଷକୁ ଦୁଇ ଥର ମହଙ୍ଗା ଭତ୍ତା (DA) ଓ ମହଙ୍ଗା ରିଲିଫ୍ (DR) ବୃଦ୍ଧି କରାଯାଏ । ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (DA) ଓ ପେନସନଭୋଗୀଙ୍କୁ ମହଙ୍ଗା ରିଲିଫ୍ (DR) ପ୍ରଦାନ କରାଯାଇଥାଏ ।

fallback

ଅନ୍ୟପକ୍ଷରେ, ଏପ୍ରିଲ ୧, ୨୦୨୩ରୁ ହିମାଚଳ ପ୍ରଦେଶ ସରକାର (Himachal Pradesh Government) ପୁରୁଣା ପେନସନ୍ ଯୋଜନା (OPS) ପୁନଃ ଲାଗୁ କରିବାକୁ ବିଜ୍ଞପ୍ତି ଜାରି କରିଛନ୍ତି । ଏହା ଦ୍ୱାରା ରାଜ୍ୟ ସରକାରଙ୍କ ୧.୩୮ ଲକ୍ଷ କର୍ମଚାରୀ ଉପକୃତ ହେବେ । ଏହି କର୍ମଚାରୀମାନଙ୍କ ଦରମାରୁ ଜାତୀୟ ପେନସନ ସ୍କିମ୍ (NPS) ଅଧୀନରେ ଟଙ୍କା କଟା ଯିବ ନାହିଁ । ପୁରୁଣା ପେନସନ ଯୋଜନା (Old Pension Scheme) ଲାଗୁ କରିବାକୁ ରାଜ୍ୟ ମୁଖ୍ୟ ଶାସନ ସଚିବ ଏକ ବିଜ୍ଞପ୍ତି ଜାରି କରିଛନ୍ତି । ଆମେ ଆପଣଙ୍କୁ କହି ରଖୁଛୁ ୨୦୨୨ ବିଧାନସଭା ନିର୍ବାଚନ ସମୟରେ କଂଗ୍ରେସ ପୁରୁଣା ପେନସନ୍ (OPS) ପୁନଃ ଲାଗୁ କରିବାକୁ ପ୍ରତିଶୃତି ଦେଇଥିଲା । ସେପଟେ ବିଗତ ଦିନରେ କେନ୍ଦ୍ର କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ଓ ମହଙ୍ଗା ରିଲିଫରେ ୪ ପ୍ରତିଶତ ବୃଦ୍ଧି ଘଟିଥିଲା । ଯାହା ପରେ ସେମାନଙ୍କୁ ୪୨ ପ୍ରତିଶତ ହାରରେ ମହଙ୍ଗା ଭତ୍ତା ଓ ରିଲିଫ୍ ମିଳୁଛି । ଏହା ପୂର୍ବରୁ ସେମାନଙ୍କୁ ୩୮ ପ୍ରତିଶତ ହାରରେ ମିଳୁଥିଲା ।

ଅଧିକ ପଢ଼ନ୍ତୁ-ପୁରୁଣା ପେନସନକୁ ନେଇ ମୋଦି ସରକାର ଦେଲେ ବଡ଼ ଖୁସି ଖବର, ଖୁସିରେ ନାଚି ଉଠିବେ ଲକ୍ଷ ଲକ୍ଷ କର୍ମଚାରୀ!

ଅଧିକ ପଢ଼ନ୍ତୁ-କେନ୍ଦ୍ର କର୍ମଚାରୀଙ୍କ ଲାଗିଲା ଲଟେରୀ: ଏପ୍ରିଲ ୩୦ରେ ଆକାଉଣ୍ଟକୁ ଆସିବ ୧.୨୦ ଲକ୍ଷ ଟଙ୍କା, ହୋଇସାରିଛି ଘୋଷଣା!

ଅଧିକ ପଢ଼ନ୍ତୁ-ପୁରୁଣା ପେନସନ ଉପରେ କେନ୍ଦ୍ର ସରକାର ନେଲେ ଏପରି ନିଷ୍ପତ୍ତି, ଜାଣି ଆପଣ ହୋଇଯିବେ ଖୁସ୍! ଅର୍ଥ ମନ୍ତ୍ରଣାଳୟ ଜାରି କଲା ବିଜ୍ଞପ୍ତି

ଶ୍ରମ ମନ୍ତ୍ରଣାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଗ୍ରାହକ ମୂଲ୍ୟ ସୂଚକାଙ୍କ (CPI-IW) ଆଧାରରେ ଡିଏ ଗଣନା କରାଯାଏ । ଦେଶରେ ମୁଦ୍ରାସ୍ଫୀତି କିପରି ବୃଦ୍ଧି ପାଉଛି? ସେହି ଅନୁଯାୟୀ, କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଥାଏ । ବର୍ତ୍ତମାନ ଜାନୁୟାରୀ ମାସରେ ସରକାର ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ, ସରକାରଙ୍କ ଦ୍ୱାରା ବର୍ଷକୁ ଦୁଇଥର ମହଙ୍ଗା ଭତ୍ତା ବୃଦ୍ଧି କରାଯାଏ । ଏହା ଜାନୁଆରୀ ଓ ଜୁଲାଇରେ କାର୍ଯ୍ୟକାରୀ ହୋଇଥାଏ । ତେବେ ଏହି ଘୋଷଣା ପ୍ରତିବର୍ଷ ବିଳମ୍ବରେ ହୋଇଥାଏ । ଯେପରି ଜାନୁଆରୀ ପାଇଁ ମହଙ୍ଗା ଭତ୍ତା ନିଷ୍ପତ୍ତି ମାର୍ଚ୍ଚରେ ନିଆଯାଇଛି । ସେହିଭଳି ଜୁଲାଇ ପାଇଁ ନିଷ୍ପତ୍ତି ସେପ୍ଟେମ୍ବର-ଅକ୍ଟୋବରରେ ନିଆଯାଇଥାଏ ।