Gold-Silver Price: ସୁନା ଓ ରୁପା ପୁଣି ହେଲା ଶସ୍ତା, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement

Gold-Silver Price: ସୁନା ଓ ରୁପା ପୁଣି ହେଲା ଶସ୍ତା, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । 

Gold-Silver Price: ସୁନା ଓ ରୁପା ପୁଣି ହେଲା ଶସ୍ତା, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Rate: ଆଜି ଅର୍ଥାତ ଫେବୃଆରୀ ୨୨ (ମଙ୍ଗଳବାର) ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ଦର ଖସିଛି । ଯାହା ଫଳରେ ଘରୋଇ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଦେଶରେ ଗତକାଲି ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୨୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୭୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୮୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୨,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୧୦୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ଦରରେ ୧୦୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୮୫୦ ଟଙ୍କା ଥିଲା ।

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୩୪୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି ।

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ:-ଜିଓ ଆଣିଲା ନୂଆ ପ୍ଲାନ୍! ୧୫୨ ରିଚାର୍ଜରେ ପୂରା ମାସ ପାଇଁ ମିଳିବ ଅସୀମିତ କଲିଂ, ଡାଟା

ଅଧିକ ପଢ଼ନ୍ତୁ:-୬୧୭ ବର୍ଷ ପରେ ଏକାସାଙ୍ଗରେ ସୃଷ୍ଟି ହେଉଛି ୪ ରାଜଯୋଗ, ଏହି ୪ଟି ରାଶିର ଲୋକଙ୍କ ଆକସ୍ମିକ ଧନ ଲାଭ ସହ ଭାଗ୍ୟୋଦୟର ପ୍ରବଳ ଯୋଗ

ଅଧିକ ପଢ଼ନ୍ତୁ:-ଶୋଏବ ଅଖତରଙ୍କ ବଡ଼ ଖୁଲାସା, କହିଲେ-ମୋତେ ବଲିଉଡ ଫିଲ୍ମର ଆସିଥିଲା ଅଫର୍, ମିଳିଥିଲା ହିରୋର ରୋଲ୍

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।