Weather Update: ଆଜି ଏହି ସବୁ ଜିଲ୍ଲାରେ କାଳବୈଶାଖି ବର୍ଷା ନେଇ ୱାର୍ଣ୍ଣିଂ ଜାରି
Advertisement
Article Detail0/zeeodisha/odisha2240739

Weather Update: ଆଜି ଏହି ସବୁ ଜିଲ୍ଲାରେ କାଳବୈଶାଖି ବର୍ଷା ନେଇ ୱାର୍ଣ୍ଣିଂ ଜାରି

Weather Update: ରାଜ୍ୟବାସୀଙ୍କୁ ତାତିରୁ ମୁକ୍ତି ଦେଇଛି କାଳବୈଶାଖି ବର୍ଷା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ କିଛି ପରିବର୍ତ୍ତନ ନଥିବା ବେଳେ ୧୨ ତାରିଖ ଯାଏଁ ବିଜୁଳି ଘଡ଼ଘଡି ସାଙ୍ଗକୁ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। 

Weather Update: ଆଜି ଏହି ସବୁ ଜିଲ୍ଲାରେ କାଳବୈଶାଖି ବର୍ଷା ନେଇ ୱାର୍ଣ୍ଣିଂ ଜାରି

Weather Update: ରାଜ୍ୟବାସୀଙ୍କୁ ତାତିରୁ ମୁକ୍ତି ଦେଇଛି କାଳବୈଶାଖି ବର୍ଷା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ କିଛି ପରିବର୍ତ୍ତନ ନଥିବା ବେଳେ ୧୨ ତାରିଖ ଯାଏଁ ବିଜୁଳି ଘଡ଼ଘଡି ସାଙ୍ଗକୁ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଜିଠାରୁ ରାଜ୍ୟରେ ବର୍ଷାର ବିସ୍ତୁତି ବଢିବା ସାଙ୍ଗକୁ ପରିମାଣ ମଧ୍ୟ ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏବେ ୫ ଦିନ ରାଜ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ନ ଥିବା କହିଛନ୍ତି ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମା ଶଙ୍କର ଦାସ। 

ALSO READ:Today Horoscope: ଯାନବାହାନ ଚଳାଇବା ସମୟରେ ସତର୍କ ରୁହନ୍ତୁ ଏହି ସବୁ ରାଶି, ଜାଣନ୍ତୁ ଆଜିର ରାଶିଫଳ

ଆଜି ଅନେକ ଜିଲ୍ଲାରେ ବିଜୁଳି,ଘଡ଼ଘଡି଼ ସହ ବର୍ଷା ପବନ ହେବାର ସମ୍ଭାବନା ରହିଛି। କାଳବୈଶାଖି ସମୟରେ ପବନର ବେଗ ୪୦ରୁ ୫୦ କିଲୋମିଟର ଭିତରେ ରହିବ। କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଂଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର ଓ ଯାଜପୁର ରହିଛି। ଆଗାମୀ ୫ ଦିନ ପର୍ଯ୍ୟନ୍ତ ମୁଖ୍ୟତ ଉପକୂଳ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଓ ଝଡ଼ ପବନ ରହିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।  ସମୁଦ୍ରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସ୍ଥଳଭାଗକୁ ଆସୁଥିବା ଯୋଗୁଁ ବର୍ଷା ହେଉଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।