ଆଜି ବଙ୍ଗୋପସାଗରେ ସୃଷ୍ଟି ହେବ ଲଘୁଚାପ, ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା
Advertisement

ଆଜି ବଙ୍ଗୋପସାଗରେ ସୃଷ୍ଟି ହେବ ଲଘୁଚାପ, ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା

Weather: ଉତ୍ତର ଥାଇଲାଣ୍ତ ଓ ଏହାର ସଂଲଗ୍ନ ଦକ୍ଷିଣ ଆଣ୍ତାମାନ ସାଗର ତଥା ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଦକ୍ଷିଣ ଆଣ୍ତାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

ସୌ(ସୋସିଆଲ ମିଡିଆ)

Weather Update: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି । ସେପଟେ ଉତ୍ତର ଥାଇଲାଣ୍ତ ଓ ଏହାର ସଂଲଗ୍ନ ଦକ୍ଷିଣ ଆଣ୍ତାମାନ ସାଗର ତଥା ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଦକ୍ଷିଣ ଆଣ୍ତାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

ଏହା ଧିରେ ଧିରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଅଧିତ ଘନୀଭୂତ ହୋଇ ୨୯ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ୨୮ ତାରିଖ ଦିନ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ । ବିଶେଷ କରି, ନୂଆପଡ଼ା, କନ୍ଧମାଳ, କଳାହାଣ୍ତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା‌ରେ ବିଶେଷ ପରିବର୍ତ୍ତନ ହେବନାହିଁ।

Also Read-kartik Purnima 2023: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ଜାଣନ୍ତୁ ଏହା ପଛର ମାହାତ୍ମ୍ୟ?