ଜାଣନ୍ତୁ କଣ କହୁଛି ଆଜି ଆପଣଙ୍କ ରାଶି
Advertisement

ଜାଣନ୍ତୁ କଣ କହୁଛି ଆଜି ଆପଣଙ୍କ ରାଶି

ଆଜି ରବିବାର, ତେବେ ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

ଜାଣନ୍ତୁ କଣ କହୁଛି ଆଜି ଆପଣଙ୍କ ରାଶି

Horoscope of March 21 : ମେଷ- ଚିନ୍ତାଗ୍ରସ୍ତ ରହିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

ବୃଷ- ମନ ପ୍ରସନ୍ନ ରହିବ । ଅବସର ସମୟର ସଦ୍ଉପଯୋଗ କରିବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ବିବାହ ଭୋଜି ଆଦିରେ ଯୋଗ ଦେବେ । ଆୟ ବ୍ୟୟ ସମାନ ରହିବ ।

ମିଥୁନ- ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ଦୂର ସହରକୁ ଯାତ୍ରା କରିପାରନ୍ତି । ବିବାଦୀୟ ଘଟଣାର ଅବସାନ ଘଟିବ ।

କର୍କଟ- ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ପାଖଲୋକ ବିଶ୍ୱାସଘାତକତା କରିବେ । ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଆସିବ ।

ସିଂହ- ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ ।

କନ୍ୟା- ଦେହ ଓ ମନ ଭଲ ରହିବ । ଉଚ୍ଚ ସମ୍ମାନ ଲାଭ କରିବେ । ଗୃହକୁ ବିବାହ ପ୍ରସ୍ତାବ ଆସିପାରେ । ଅବସର ସମୟର ସଠିକ୍ ଉପଯୋଗ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ ।

ତୁଳା- ଆର୍ଥିକ ସ୍ଥିତିରେ ଅବନତି ଦେଖାଦେବ । ସାମାନ୍ୟ ଶରୀର ପୀଡା ଭୋଗିବେ । ପଡୋଶୀଙ୍କ ଚକ୍ରାନ୍ତର ଶିକାର ହେବେ । ବିବାହ ଭୋଜି ନିମନ୍ତ୍ରଣ ଆଜି ପ୍ରତ୍ୟାଖ୍ୟାନ କରିବେ ।

ବିଛା- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

ଧନୁ- ମାନସିକ ଓ ଶାରୀରିକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ ।

ମକର- ମନ ଉଦାସ ରହିବ ।   ଅର୍ଥ ଅନାଟନ ଯୋଗୁଁ  ଧାର କରଜ କରିପାରନ୍ତି । ବ୍ୟବସାୟିକ ଶିଥିଳତା ଦେଖାଦେବ।

କୁମ୍ଭ- ଆଶାବାଦୀ ହେବେ । ଅସଂପୂର୍ଣ୍ଣ  କାର୍ଯ୍ୟ ଆଜି ସଂପୂର୍ଣ୍ଣ  କରିବେ । ଅଧିନସ୍ଥ କର୍ମଚାରୀଙ୍କ  ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।  

ମୀନ- ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ତଥା ଜ୍ଞାତି ପରିଜନଙ୍କ ଗହଣରେ ଦିନ କାଟିବେ ।