Horoscope of 11st July 2022, ମେଷ: ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।


COMMERCIAL BREAK
SCROLL TO CONTINUE READING

ବୃଷ: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।


ମିଥୁନ: ମାନସିକ ଓ ଶାରୀରିକ ସୁସ୍ଥତା ଲାଭ କରିବେ । ପୂଜା ଆରଧନାରେ ସମୟ କାଟିବେ । ପ୍ରତ୍ୟେକ କାର୍ଯ୍ୟରେ ଆତ୍ମସନ୍ତୋଷ ଲାଭ କରିବେ । ପାରିବାରିକ ଜୀବନ ଖୁସି ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।


କର୍କଟ: ଘାତବାର ଭୋଗ ହେତୁ ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ।  


Also Read: ପୁରୁଷ ପେଟରେ ଗର୍ଭାଶୟ; ୨୦ ବର୍ଷ ଧରି ହେଉଥିଲା ଋତୁସ୍ରାବ, ମହିଳା ପ୍ରଜନନ ଅଙ୍ଗ ଥିବା କହିଲେ


ସିଂହ: ଦେହ ଓ ମନ ଭଲ ରହିବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କାର୍ଯ୍ୟାଳୟରେ ପାରଦର୍ଶିତା ଦେଖାଇବେ । ପାରିବାରିକ ଜୀବନ ସୁଖମୟ ହେବ ।


କନ୍ୟା: ଦେହ ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ସଂପାଦନ କରିବେ । କର୍ମ କ୍ଷେତ୍ରରେ ପ୍ରଶଂସା ପାଇବେ ।ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ ।


ତୁଳା: ଶରୀର ସୁସ୍ଥ ରହିବ । କୌଣସି ଧାର୍ମୀକ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଆୟ ଉତ୍ତମ ହେବ ।


ବିଛା: ଯେକୌଣସି ପରୀକ୍ଷାର ସମ୍ମୁଖୀନ ହେଲେ ବି ସେଥିରେ ସଫଳତା ଲାଭ ଦୀକ୍ଷିତ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷିକର୍ମକାରୀ ହେବେ ।    


Also Read: ରୁଚିକା ମହାନ୍ତି ଆତ୍ମହତ୍ୟା ଖିଅ କେଉଁଠି? ମନସ୍ତତ୍ତ୍ୱବିତଙ୍କ ସାହାଯ୍ୟ ନେଲା ତଦନ୍ତକାରୀ ଟିମ୍


ଧନୁ: ଗାଡି ମଟର ଚାଳନାରୁ ନିବୃତ୍ତ ରୁହନ୍ତୁ । ଦୂରଯାତ୍ରା ବିପଦପୂର୍ଣ୍ଣ ହେବ । ବୃଥା ନିନ୍ଦା ଅପବାଦ ମିଳିପାରେ । ବାକ୍ ସଂଯମତା ରକ୍ଷା ନ କଲେ ବିପଦରେ ପଡିବେ । ଅର୍ଥହାନି ହେବ ।


ମକର: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।


କୁମ୍ଭ: ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ ।


ମୀନ: ମାନସିକ ଶାନ୍ତି ଫେରି ପାଇବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । କାର୍ଯ୍ୟାଳୟର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପାରିବାରିକ ଜୀବନ ହର୍ଷଉଲ୍ଲାସ ଭରା ରହିବ ।