Horoscope for 1st July 2022 : ରଥଯାତ୍ରାରେ କେମିତି କଟିବ ଆପଣଙ୍କ ଦିନ? ଏହି ରାଶି ଉପରେ ପଡିବ କାଳିଆର କୃପା ଦୃଷ୍ଟି
Advertisement
Article Detail0/zeeodisha/odisha1239338

Horoscope for 1st July 2022 : ରଥଯାତ୍ରାରେ କେମିତି କଟିବ ଆପଣଙ୍କ ଦିନ? ଏହି ରାଶି ଉପରେ ପଡିବ କାଳିଆର କୃପା ଦୃଷ୍ଟି

ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

 

ପ୍ରତିକାତ୍ମକ ଫଟୋ

ମେଷ: ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର‌୍ୟ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।

ବୃଷ: ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

ମିଥୁନ: ଶାରୀରିକ କ୍ଲେଶ ବୃଦ୍ଧିପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

କର୍କଟ: ଶାରୀରିକ ସୁସ୍ଥତା ବୋଧ ହେବ । କାର‌୍ୟ୍ୟାଳୟରେ ଦାୟିତ୍ୱର ସହ ସମସ୍ତ ନ୍ୟସ୍ତ କାର‌୍ୟ୍ୟ ନିର୍ବାହ କରିବେ । ଆର୍ଥିକ ସ୍ଥିତି ପୂର୍ବଭଳି ରହିବ । ପରିବାରରେ ଗୁରୁଜନଙ୍କ ସ୍ନେହଶ୍ରଦ୍ଧା ତଥା ଆଶୀର୍ବାଦ ପ୍ରାପ୍ତ ହେବ ।

Also Read: ଆମେରିକା ଅଭିମୁଖେ ଓଡ଼ିଆ ସିନେ ତାରକା, ସବ୍ୟ ସେୟାର କଲେ ବିମାନ ଭିତର ଭିଡିଓ

ସିଂହ: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।

କନ୍ୟା: ଶାରୀରିକ ସୁସ୍ଥତା ଲାଭ  କରିବେ । କର୍ମକ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ ।

ତୁଳା: ମାନସିକ ଶାନ୍ତି ବଜାୟ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ  ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ ।

ବିଛା: ଦେହ ସୁସ୍ଥ ରହିବ । ମନୋବଳ ବୃଦ୍ଧି ପାଇବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବ୍ୟବସାୟ ଆଶାନୁରୂପକ ହେବ । ଖର୍ଚ୍ଚାନ୍ତ ହେବେ । ଉଦାର ଚିତ୍ତ ତଥା ଦୟାଳୁ ସ୍ୱଭାବର ହେବେ ।

Also Read: କାଳିଆ ଭକ୍ତଙ୍କ ଭାବାବେଗ ସହ ଖେଳ, କଂସେଇଖାନାକୁ ଯାଉଛି ରଥ କାଠ

ଧନୁ: ମନ ପ୍ରସନ୍ନ ରହିଲେ ବି ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ । ଦୂରଯାତ୍ରାକୁ ସ୍ଥଗିତ ରଖନ୍ତୁ । ପରିବାରକୁ ଅଧିକ ସମୟ ଦିଅନ୍ତୁ । ଦେଖିଚାହିଁ ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିବେ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

ମକର: ସୁଖ ସମୃଦ୍ଧିର ଦିନ । ପ୍ରତ୍ୟେକ କାର‌୍ୟ୍ୟରେ ସଫଳତା ପ୍ରାପ୍ତି ହେବ । ଧନ ଆଗମନର ସୂଚନା ମିଳୁଛି । ବନ୍ଧୁଙ୍କ ସାହାଯ୍ୟ ପ୍ରାପ୍ତ ହେବ । ଅର୍ଥ ଆଗମନର ସୂଚନା ମିଳୁଛି । ବୁଝି ବିଚାରି ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ ।

କୁମ୍ଭ: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର‌୍ୟ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।

ମୀନ: ଦାନ ଧର୍ମ ପ୍ରତି ମନ ବଳିବ । ପରିବାରରେ ଶାନ୍ତିପୂର୍ଣ୍ଣ ବାତାବରଣ ଲାଗି ରହିବ । ଆୟ ସଂକୁଚିତ ହେବ । ରାଜନୈତିକ ବ୍ୟକ୍ତି ବିଶେଷ ଜନତାଙ୍କ ଆକ୍ରୋଶର ଶିକାର ହେବେ । ବ୍ୟବସାୟରେ ଉତ୍ତମ ଲାଭ ପାଇବେ ।