Horoscope of 1st October 2022: ମେଷ: ଆକସ୍ମିକ ଭାବେ ଧନ ପ୍ରାପ୍ତିର ସୁଯୋଗ ଅଛି । ପରିଶ୍ରମର ମୂଲ୍ୟାଙ୍କନ ହେବ । ନିଜ ବଂଶର ସୁଖପାତ୍ର ହୋଇପାରନ୍ତି । କୁଳ ଉଜ୍ୱକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ହେବେ । ବ୍ୟବସାୟରୁ ଲାଭ ମିଳିବ । ଯଶସ୍ୱୀ ହେବେ ।


COMMERCIAL BREAK
SCROLL TO CONTINUE READING

ବୃଷ: କାର୍ଯ୍ୟରେ ବାଧା ଉପୁଜି ପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଜ୍ଞାନ ଗରିମାଯୁକ୍ତ ହେବେ । ସାହସୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ ।


ମିଥୁନ: ଘାତବାର ଭୋଗ ହେତୁ ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ  > ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ


କର୍କଟ: ମନରେ ଈର୍ଷାଭାବ ଜାଗ୍ରତ ହେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ଦିନଟିରେ ଜଗି ରଖି ଚଳନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।


Also Read: Odisha Weather Update: ଦଶହରାରେ ଦରଦ ଦେଲା ବର୍ଷା! ବିଜୁଳି, ଘଡ଼ଘଡ଼ି ନେଇ ଏହି ସବୁ ଜିଲ୍ଲାକୁ 


ସିଂହ: ଯେକୌଣସି ପରୀକ୍ଷାର ସମ୍ମୁଖୀନ ହେଲେ ବି; ସେଥିରେ ସଫଳତା ଲାଭ ଦୀକ୍ଷିତ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କର୍ମକାରୀ ହେବେ ।    


କନ୍ୟା: ଗୃହ ଉପକରଣ ସଂଗ୍ରହ କରିପାରନ୍ତି । ସମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଈର୍ଷା ପରାୟଣ ହୋଇପାରନ୍ତି । ସତର୍କରେ ଚଳିବାକୁ ପଡିବ ।


ତୁଳା: କାର୍ଯ୍ୟକ୍ଷେତ୍ରରେ ଢେର ଉନ୍ନତି ଘଟିବ । ସୁଖ-ଦୁଃଖରେ ବନ୍ଧୁ ସହାୟତା ପାଇବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ମନ, ପ୍ରାଣ ଢାଳି ଦେଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ସହାୟତା ଓ ପରାମର୍ଶରେ ଆଗକୁ ବଢିବେ ।


ବିଛା: କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ ଲାଭଜନକ ହେବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧମାତ୍ମ, ପ୍ରବାସର୍ପ୍ରି ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।


ଧନୁ: ନୂତନ ଜମି କ୍ରୟ କରିବାର ସୁଯୋଗ ଅଛି । ବେଳେ ବେଳେ ଉଦାସ ମନୋଭାବ ପୋଷଣ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।


Also Read: Employment: ୨୦୦୦ କର୍ମଚାରୀଙ୍କୁ ନିଯୁକ୍ତି ଦେବ ଏହି କମ୍ପାନୀ


ମକର: ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳବାନ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।


କୁମ୍ଭ: ସାମୁହିକ କାର୍ଯ୍ୟରେ ଆଗେଇବେ । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇଙ୍କଠାରୁ ଆଦର ମିଳିବ ।


ମୀନ: ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଏକ ପତ୍ନୀ ବ୍ରତଧାରୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ବ୍ୟବସାୟରୁ ଅଧିକ ଧନଲାଭ ହେବ । ସୁଖୀ ହେବେ ।