ଆଜିର ରାଶିଫଳ: ମଙ୍ଗଳ ହେବ ମଙ୍ଗଳବାର, ଆନନ୍ଦରେ କଟିବ ଦିନ
Advertisement

ଆଜିର ରାଶିଫଳ: ମଙ୍ଗଳ ହେବ ମଙ୍ଗଳବାର, ଆନନ୍ଦରେ କଟିବ ଦିନ

Horoscope for 9th May 2022 : ମଙ୍ଗଳବାର, ଚନ୍ଦ୍ର: ସିଂହ ରାଶିରେ, ତିଥି: ନବମୀ, ସନ୍ଧ୍ୟା ୭ଟା୨୨ପରେ ଦଶମୀ, ନକ୍ଷତ୍ର: ମଘା, ସନ୍ଧ୍ୟା ୬ଟା୩୭ପରେ ପୂର୍ବାଫାଲଗୁନୀ, ରାହୁକାଳ: ଦିବା ୨ଟା୩୪ରୁ ୪ଟା୮ ପର୍ଯ୍ୟନ୍ତ, ଶୁଭସମୟ: ଦିବା ୭ଟା୪୩ରୁ ୧୦ଟା୧୨ ପର୍ଯ୍ୟନ୍ତ, ଘାତଚନ୍ଦ୍ର: କର୍କଟ ଓ ମକର ରାଶିର, ଘାତବାର: ମକର ରାଶିର

ପ୍ରତିକାତ୍ମକ ଫଟୋ

ମେଷ: ହସ ଖୁସିରେ ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।  

ବୃଷ: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।  

ମିଥୁନ: ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ ।  

କର୍କଟ: ଘାତବାର ହେତୁ ଜଗିରଖି ଚଳନ୍ତୁ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି । 

Also Read: Cyclone Asani Live Updates: ଉପକୂଳ ଆଡକୁ ମାଡି ଆସୁଛି ଭୀଷଣ ବାତ୍ୟା, ଏହି ୪ ଜିଲ୍ଲାକୁ ସତର୍କତା

ସିଂହ: ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।  

କନ୍ୟା: ସ୍ୱାସ୍ଥ୍ୟଗତ ସମସ୍ୟା ସୁଧୁରିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ କଚେରୀ ସମ୍ପର୍କିତ ରାୟ ଆପଣଙ୍କ ସପକ୍ଷରେ ଯିବ ।  ଦୂରଯାତ୍ରା ଲାଭଜନକ ହେବ ।

ତୁଳା: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ । 

ବିଛା: ସ୍ୱାସ୍ଥ୍ୟ ଭଲ ରହିବ ।  ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତାଇବେ ଽ ଛାତ୍ରଛାତ୍ରୀ ମାନେ ଭଲ ପ୍ରଦର୍ଶନ କରିବେ ।

Also Read: ଡୁପ୍ଲିକେଟ୍ ସଲମାନ ଖାନ ଗିରଫ

ଧନୁ: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।  

ମକର: ଅସୁସ୍ଥତା ଦେଖାଦେଇପାରେ । ଦୂରଯାତ୍ରା କରନ୍ତୁ ନାହିଁ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।  

କୁମ୍ଭ: ଦେହ ଭଲ ରହିଲେ ମଧ୍ୟ ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । ବ୍ୟବସାୟରେ ଲାଭ ହେବ  । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମୀନ: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।