Horoscope for 26th June 2022 : ଏହି ରାଶିରେ ଘାତଚନ୍ଦ୍ର, ଠକାମିର ଶିକାର ସମ୍ଭାବନା
Advertisement

Horoscope for 26th June 2022 : ଏହି ରାଶିରେ ଘାତଚନ୍ଦ୍ର, ଠକାମିର ଶିକାର ସମ୍ଭାବନା

Horoscope for 26th June 2022 : ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଉପଲବ୍ଧି ହେବ । ଆୟ ଆଶାନୁରୂପକ ହେବ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତି ହେବ । ବ୍ୟବସାୟରେ ସଫଳତା ପାଇବେ ।  

ପ୍ରତିକାତ୍ମକ ଫଟୋ
Horoscope for 26th June 2022, ମେଷ: ଆକସ୍ମିକ ଭାବେ ଧନ ପ୍ରାପ୍ତିର ସୁଯୋଗ ଅଛି । ପରିଶ୍ରମର ମୂଲ୍ୟାଙ୍କନ ହେବ । ନିଜ ବଂଶର ସୁଖପାତ୍ର ହୋଇପାରନ୍ତି । କୁଳ ଉଜ୍ୱକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ହେବେ । ବ୍ୟବସାୟରୁ ଲାଭ ମିଳିବ । ଯଶସ୍ୱୀ ହେବେ ।  
 
ବୃଷ: ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସଂପାଦନ କରିବେ । କାର୍ଯ୍ୟାଳୟରେ ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ପାଇବେ । ଆୟ ଆଶାନୁରୂପ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।  
 
ମିଥୁନ: ପୂଜାପୂଜି ପାଇଁ ମନ ବଳାଇବେ । କର୍ତ୍ତବ୍ୟ ନିଷ୍ଠ ହୋଇ ସମସ୍ତ ନ୍ୟସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଦେହ ଓ ମନ ଭଲ ରହିବ । ବ୍ୟବସାୟିକ ଅଭିବୃଦ୍ଧି ପାଇଁ ନୂତନ ଚିନ୍ତାଧାରା ଆପଣେଇବେ ।  
 
କର୍କଟ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଉପଲବ୍ଧି ହେବ । ଆୟ ଆଶାନୁରୂପକ ହେବ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତି ହେବ । ବ୍ୟବସାୟରେ ସଫଳତା ପାଇବେ ।  
 
 
ସିଂହ: ଉତ୍ତମ ଆୟ  ଯୋଗ ରହୁଛି । ମନ ପ୍ରଫୁଲ୍ଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ସୁସମ୍ବାଦ ପ୍ରାପ୍ତ ହେବ । ଦାମ୍ପତ୍ୟ ଜୀବନ ସୁଖ ବୋଧ ହେବ । 
 
କନ୍ୟା: ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମତତ୍ପର ହେବେ । ବ୍ୟବସାୟିକ ଅଭିବୃଦ୍ଧି ଦେଖାଦେବ । ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆୟ ଅବ୍ୟାହତ ରହିବ । 
 
ତୁଳା: ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ  ।
 
ବିଛା: ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ  ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ । 
 
 
ଧନୁ: ଘାତ ଚନ୍ଦ୍ର ଭୋଗ ହେତୁ ଦିନଟିରେ ଆପଣ ଜଗି ରଖି ଚଳନ୍ତୁ । ଅଯଥା କଳହଠାରୁ ଦୂରେଇ ରୁହନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ବଢାନ୍ତୁ ନାହିଁ । ଠକାମିର ଶିକାର ହେବେ ।  
 
ମକର: ଦାନ ଧର୍ମ ପ୍ରତି ମନ ବଳିବ । କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ପାରିବାରିକ ସୁଖଶାନ୍ତି ଉପଭୋଗ କରିବେ ।  
 
କୁମ୍ଭ: ବ୍ୟସ୍ତତା ଭିତରେ ଦିନ କଟିବ ।  ଠକାମିର ଶିକାର ହେବେ । କୌଣସି ଦ୍ରବ୍ୟ ହଜି, ଚୋରି ବା ନଷ୍ଟ ହୋଇପାରେ । ଯାନବାହନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ ।  
 
ମୀନ: ଦିନଟିରେ ଆପଣଙ୍କ କର୍ମତତ୍ପରତା ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ସଚେତନ ହେବେ । ପ୍ରତ୍ୟେକଟି କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ କରିବେ । ନୂତନ ଯୋଜନା ଫଳପ୍ରସୁ ହେବ ।