Horoscope of 3rd November 2022: , ମେଷ: ଘାତ ଚନ୍ଦ୍ର ଯୋଗ ହେତୁ ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ।


COMMERCIAL BREAK
SCROLL TO CONTINUE READING

ବୃଷ: ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ଦୂର ସହରକୁ ଯାତ୍ରା କରିପାରନ୍ତି । ବିବାଦୀୟ ଘଟଣାର ଅବସାନ ଘଟିବ ।


ମିଥୁନ: ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ  କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।


କର୍କଟ: ମାନସିକ ଶାନ୍ତି ଫେରି ପାଇବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । କାର୍ଯ୍ୟାଳୟର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପାରିବାରିକ ଜୀବନ ହର୍ଷଉଲ୍ଲାସ ଭରା ରହିବ ।


Also Read: ନଭେମ୍ୱର ୧୧ରୁ ଚମକିବ ଏସବୁ ରାଶିର ଲୋକଙ୍କ ଭାଗ୍ୟ, ଶୁକ୍ର ପ୍ରଦାନ କରିବେ ଅପାର ଧନ!


ସିଂହ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।


କନ୍ୟା: ମାନସିକ ଓ ଶାରୀରିକ ସୁସ୍ଥତା ଲାଭ କରିବେ । ପୂଜା ଆରଧନାରେ ସମୟ କାଟିବେ । ପ୍ରତ୍ୟେକ କାର୍ଯ୍ୟରେ ଆତ୍ମସନ୍ତୋଷ ଲାଭ କରିବେ । ପାରିବାରିକ ଜୀବନ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।


ତୁଳା: ଶରୀର ସୁସ୍ଥ ରହିବ । କୌଣସି ଧାର୍ମୀକ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଆୟ ଉତ୍ତମ ହେବ ।


ବିଛା: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।


Also Read: Odisha Govt Holidays 2023: ସରକାରୀ କର୍ମଚାରୀଙ୍କ ଛୁଟିଦିନ ଖାଇଗଲା କ୍ୟାଲେଣ୍ଡର!


ଧନୁ: ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।


ମକର: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।


କୁମ୍ଭ: ଦେହ ଓ ମନ ଭଲ ରହିବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କାର୍ଯ୍ୟାଳୟରେ ପାରଦର୍ଶିତା ଦେଖାଇବେ । ପାରିବାରିକ ଜୀବନ ସୁଖମୟ ହେବ ।


 ମୀନ: ଦେହ ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ସଂପାଦନ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିଙ୍କ ଠାରୁ ପ୍ରଶଂସା ପାଇବେ ।ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ ।