Horoscope of 3rd October 2022: ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।
Trending Photos
Horoscope of 3rd October 2022, ମେଷ: ହସ ଖୁସିରେ ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।
ବୃଷ: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।
ମିଥୁନ: ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ
କର୍କଟ: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।
Also Read: Road Accident: ହଜାରିବାଗରେ ଓଡ଼ିଶାର ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ, ୪ ମୃତ ଓ ୨୯ ଆହତ
ସିଂହ: ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।
କନ୍ୟା: ସ୍ୱାସ୍ଥ୍ୟଗତ ସମସ୍ୟା ସୁଧୁରିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ କଚେରୀ ସମ୍ପର୍କିତ ରାୟ ଆପଣଙ୍କ ସପକ୍ଷରେ ଯିବ ।
ତୁଳା: ଦେହ ଭଲ ରହିବ । ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।
ବିଛା: ସ୍ୱାସ୍ଥ୍ୟ ଭଲ ରହିବ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତାଇବେ । ଛାତ୍ରଛାତ୍ରୀ ମାନେ ଭଲ ପ୍ରଦର୍ଶନ କରିବେ ।
Also Read: ଘରର ଏହି ସ୍ଥାନରେ ଲଗାନ୍ତୁ ଘଣ୍ଟା, ଖୋଲି ଯିବ ଆପଣଙ୍କ ଭାଗ୍ୟର ତାଲା
ଧନୁ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।
ମକର: ଘାତବାର ହେତୁ ଜଗିରଖି ଚଳନ୍ତୁ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି ।
କୁମ୍ଭ: ସୁସ୍ଥ ଜୀବନ ବିତାଇବେ । ଦୂରଯାତ୍ରା ଶୁଭଦାୟକ ହେବ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ।
ମୀନ: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।