Horoscope of 9th July 2022, ମେଷ: ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।


COMMERCIAL BREAK
SCROLL TO CONTINUE READING

ବୃଷ: ମନ ପ୍ରସନ୍ନ ରହିବ । କର୍ତ୍ତବ୍ୟ ନିଷ୍ଠା ହେବେ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୁପେ ହବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହବ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ ।


ମିଥୁନ: ନୂତନ କର୍ମରେ ଯୋଗ ଦେଇ ଖୁସି ହେବେ । ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତି ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦୂରଯାତ୍ରା କରିପାରନ୍ତି ।


କର୍କଟ: ସୁଖପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମକ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ବନ୍ଧୁ ସାହାଯ୍ୟ ପାଇ ଖୁସି ହେବେ । ସନ୍ତାନଙ୍କ କୃତିତ୍ୱ ଆତ୍ମଶାନ୍ତି ପ୍ରଦାନ କରିବ ।


Also Read: Bahuda Yatra 2022: ଜନ୍ମବେଦୀରେ ଲୀଳାଖେଳା ଶେଷ, ଆଜି ଶ୍ରୀମନ୍ଦିର ବାହୁଡିବେ ଶ୍ରୀଜିଉ


ସିଂହ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ । ପାରିବାରିକ ସୁଖ ମିଳିବ ।


କନ୍ୟା: କର୍ମ ପ୍ରବଣତା ପ୍ରକାଶ ପାଇବ । ସମସ୍ତ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟି ହେବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।


ତୁଳା: ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନିର୍ଭୀକ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ବନ୍ଧୁଙ୍କ ସହଯୋଗ ମିଳିବ । ଆୟ ବୃଦ୍ଧି ପାଇବ । ବିବାହ ଆଦି  ଭୋଜିଭାତରେ ଯୋଗ ଦେବେ ।


ବିଛା: ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ  ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ ।


Also Read: ଅମରନାଥରେ ବାଦଲଫଟା ବର୍ଷା: ୧୦ ରୁ ଅଧିକ ମୃତ, ଉଦ୍ଧାରକାର୍ଯ୍ୟ ଜାରୀ


ଧନୁ: ଦେହ ଓ ମନ ଭଲ ରହିବ । ପାରିବାରିକ କଳହରୁ ମୁକ୍ତି ପାଇବେ । ଦୂରଯାତ୍ରା ଶୁଭଙ୍କର ହେବ । ନୂତନ ନିଯୁକ୍ତିର ସୁଯୋଗ ରହିଛି । ଛାତ୍ରଛାତ୍ରୀଙ୍କ ମନ ଖେଳକୁଦରେ ରହିବ ।


ମକର: ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନାଟନ ଦେଇ ଗତିକରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ ।


କୁମ୍ଭ: ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରା ସଫଳ ହେବ । ମାନସିକ ଅବସାଦ ଦୂରହେବ ।  କାର୍ଯ୍ୟରେ ସିଦ୍ଧିପ୍ରାପ୍ତ କରିବେ । ସହକର୍ମୀଙ୍କ ସହଯୋଗ ପାଇବେ ।


ମୀନ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।