ଆଜିର ରାଶିଫଳ: ବଦଳିଯିବ ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ
Advertisement

ଆଜିର ରାଶିଫଳ: ବଦଳିଯିବ ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ

କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ ।

ପ୍ରତିକାତ୍ମକ ଫଟୋ

ମେଷ:  ସାମାନ୍ୟ ଶରୀର ପୀଡା ଦେଖାଦେବ । ମନ ଭାରକ୍ରାନ୍ତ ରହିବ । ବ୍ୟସ୍ତତା ଭିତରେ ଦୀନଚର୍ଯ୍ୟା କରିବେ । ବ୍ୟୟ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ ଆଖିଦୃଶିଆ ହେବ ।

ବୃଷ:  ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।

ମିଥୁନ:  କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ ।

Also Read: Guinness World Record କଲା ଆମ୍ବ; ଓଜନ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କର୍କଟ:  ମନ ପ୍ରସନ୍ନ ରହିବ । ବ୍ୟୟ ଅଧିକ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁ ବାନ୍ଧବଙ୍କ ଗହଣରେ ଦିନ କାଟିବେ ।

ସିଂହ:  ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ପରିବାରରେ ହସଖୁସି ଲାଗି ରହିବ ।

କନ୍ୟା:  ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ଅପରାହ୍ନରେ ସୁସ୍ୱାଦୁ ଭୋଜନର ଯୋଗ ରହୁଛି ।  

Also Read: କୋରୋନା କାଳେ କେମିତି ହେବ T20 ବିଶ୍ୱକପ? BCCI ଦେଲା ବଡ ବୟାନ

ତୁଳା:  ଶରୀର ଆରୋଗ୍ୟ ରହିବ । ମନ ପ୍ରଫୁଲ୍ଲିତ ରହିବ । ମଉଜ ମଜ୍‌ଲିସରେ ଦିନ କାଟିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟିକ କାର୍ଯ୍ୟ କରିବେ ।

ବିଛା:  ମନରେ ପ୍ରସନ୍ନତା ଭାବ ରହିବ । ତୀର୍ଥଯାତ୍ରା ପାଇଁ ମନ ବଳିବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ଦ୍ରବ୍ୟ କ୍ରୟ କରିବେ ।

ଧନୁ: ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ  ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।

Also Read: LIC ର ନୂତନ ପଲିସି, ବିନା ପ୍ରିମିୟମରେ ମିଳୁଛି ୧୦ ଲକ୍ଷ ଟଙ୍କାର କଭର

ମକର:  ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟରେ ଦିନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।

କୁମ୍ଭ:  ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ପଡୋଶୀଙ୍କ ସହ ମତାନ୍ତର ଦେଖାଦେବ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ମୀନ:  ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।