ଆଜିର ରାଶିଫଳ: ବୃଷ, କନ୍ୟା, କର୍କଟ ଓ ମକର ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ
Advertisement

ଆଜିର ରାଶିଫଳ: ବୃଷ, କନ୍ୟା, କର୍କଟ ଓ ମକର ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ

ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ଯାତ୍ରା ସ୍ଥଗିତ ରଖିବା ଆପଣଙ୍କ ପାଇଁ ଭଲ ହେବ । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି । ବୃଥା କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ । 

ପ୍ରତିକାତ୍ମକ ଫଟୋ

ମେଷ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

ବୃଷ: ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।

ମିଥୁନ: ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ଯାତ୍ରା ସ୍ଥଗିତ ରଖିବା ଆପଣଙ୍କ ପାଇଁ ଭଲ ହେବ । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି । ବୃଥା କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ । ମିଠା କଥାରେ ପରକୁ ନିଜର କରିବେ ।   

Also Read: Baba Lingaraj: ରୁକୁଣା ରଥଯାତ୍ରା ପରେ ବିନା ଭକ୍ତରେ ହେବ ଚନ୍ଦନଯାତ୍ରା

 

କର୍କଟ: ଆପଣଙ୍କୁ ସାବଧାନତା ସହ ଦୀନ ଚର୍ଯ୍ୟା କରିବାକୁ ପଡିବ । ଶାରୀରିକ କ୍ଲେଶ ଅନୁଭବ କରିବେ । ଆର୍ଥିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ ।

ସିଂହ: ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଖରାପ କରିଦେବ । ଚିsନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । 

କନ୍ୟା: ଆର୍ଥିକ ସ୍ଥିତିରେ ଅବନତି ଦେଖାଦେବ । ସାମାନ୍ୟ ଶରୀର ପୀଡା ଭୋଗିବେ । ପଡୋଶୀଙ୍କ କୁ ଚକ୍ରାନ୍ତର ଶିକାର ହେବେ । ବିବାହ ଭୋଜି ନିମନ୍ତ୍ରଣ ଆଜି ପ୍ରତ୍ୟାଖ୍ୟାନ କରିବେ ।

Also Read:  ଆଉ ତିନି ଦିନ ଜାରି ରହିବ କାଳବୈଶାଖୀ! ୨୪ ଘଣ୍ଟାରେ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ତୁଳା:  ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।

ବିଛା: ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି ।

ଧନୁ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

Also Read: ମାଟ୍ରିକ ମୂଲ୍ୟାଙ୍କନ ପଦ୍ଧତି ଚୂଡ଼ାନ୍ତ, ଯୁକ୍ତ ଦୁଇ ନାମଲେଖା ପାଇଁ ହେବ କି ପ୍ରବେଶିକା?

ମକର: ଦିନଟି ରେୁ ସତର୍କତା ଆବଶ୍ୟକ । ସାମାନ୍ୟ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ଉପୁଜିପାରେ । ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।

କୁମ୍ଭ: ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ । 

ମୀନ:ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।