Panchang 03 August 2024: ଅଦ୍ୟ ଅଗଷ୍ଟ ମାସ ୦୩ ତାରିଖ ୨୦୨୪ ମସିହା (ଶନିବାର)


COMMERCIAL BREAK
SCROLL TO CONTINUE READING

ଶକାବ୍ଦ -୧୯୪୬ 
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଶ୍ରାବଣମାସ- କୃଷ୍ଣପକ୍ଷ
ତିଥି- ଚତୁର୍ଦ୍ଦଶୀ ଦିବା ଘ ୦୪/୦୨ ଗତେ ଅମାବାସ୍ୟା
ନକ୍ଷତ୍ର- ପୁନର୍ବସୁ ଦିବା ଘ୧୨/୫୨ ଗତେ ପୁଷ୍ୟା
ଚନ୍ଦ୍ର-ମିଥୁନ ଦିବା ଘ୦୬/୩୨ ଗତେ  କର୍କଟ 
ଯୋଗ- ବଜ୍ର
କରଣ - ଶକୁନି
ସୌରମାସ- କର୍କଟ ୧୯ ଦିନ


ସୁର୍ୟୋଦୟ-ପ୍ରାତଃ ଘ୦୫/୨୭/୪୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୯/୨୪


ଯୋଗିନୀ ପଶ୍ଚିମେ ଦିବା ଘ ୦୪/୦୨ ଗତେ ଐଶାନ୍ୟେ 
ଚତୁର୍ଦ୍ଦଶୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର


କାଳବେଳା -ଦିବା  ଘ୦୭/୦୫ ମଧ୍ୟେ ଓ ଦିବା ଘ୦୪/୪୦ ଗତେ ଘ୦୬/୧୭ ମଧ୍ୟେ
ବାରବେଳା - ଦିବା ଘ୦୧/୨୮ ଗତେ ଘ୦୩/୦୫ ମଧ୍ୟେ
ମୃତେ ଦ୍ଵିପାଦପୁଷ୍କର ଦୋଷ ଦିବା ଘ୧୨/୫୨ ଗତେ ଏକପାଦପୁଷ୍କର ଦୋଷ


ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୨୭ ଗତେ ଘ୧୨/୪୧ମଧ୍ୟେ ଓରାତ୍ରି  ଘ୦୮/୪୦ ଗତେ ଘ୧୧/୦୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି


ଅଦ୍ୟ ବିରି  ଦିବା ଘ ୦୪/୦୨ ଗତେ ଆମିଷ ଭକ୍ଷଣ ନିଷେଧ


କେମିତି କଟିବ ଦିନ ?


ମେଷ
ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ । ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ । ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ । କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ । ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ । ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।


ବୃଷ
ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ । ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ । କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ । ବ୍ୟାପାର ଲାଭଦାୟକ ରହିବ । ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ ।


ମିଥୁନ
ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ । ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ । କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ । ବ୍ୟାପାର ମଧ୍ୟମ ରହିବ । ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।


କର୍କଟ
ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ । ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ । ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ । କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ । ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ  ।


ସିଂହ
ଆଜି ବ୍ୟୟବୃଦ୍ଧି ହେବ । ଚକ୍ଷୁ ପୀଡା ଦେଖାଦେବ । ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ । କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ । ବ୍ୟାପାରରେ କ୍ଷତି ସହିପାରନ୍ତି । ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ ।


କନ୍ୟା
ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ । ଶୁଭ ସମାଚାର ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ । ବ୍ୟାପାର ଲାଭଦାୟୀ ରହିବ । ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ ।


ତୁଳା
ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ । ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ । ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ସ୍ଥାନାନ୍ତରଣ ଯୋଗ ରହିଛି । ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ । ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ ।


ବିଛା
ଆଜି ଉପହାର ମିଳିପାରେ । କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ । କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ । କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ । ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ । ପରିବାରରେ ସୁଖରେ ସମୟ କାଟିବେ ।


ଧନୁ
ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି । ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ । କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ । ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି । ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ ।


ମକର
ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ । ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଅଯଥା ଖର୍ଚ୍ଚ ବଢ଼ିଯିବ । କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ । ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।


କୁମ୍ଭ
ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ । ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ । କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ । ବ୍ୟାପାରରେ ଦିନଟି ଅଶୁଭ ରହିପାରେ । ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ ।


ମୀନ
ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି । ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ । ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ । କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ । ବ୍ୟାପାରରେ ପାର୍ଟନର ସହ  ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି  ।


ତଥ୍ୟ- ଜ୍ୟୋତିଷ ଡ:ବାୟୁନନ୍ଦନ ମିଶ୍ର 


Also Read- Lucky Zodiac Sign: ୩ ଅଗଷ୍ଟରେ ସିଦ୍ଧି ଯୋଗର ଶୁଭ ସମକକ୍ଷ, ୫ଟି ରାଶିର ଭାଗ୍ୟ ଉଜ୍ୱଳ


Also Read- Grah Gochar 2024: ଆଗାମୀ ୬୦ ଦିନ ପର୍ଯ୍ୟନ୍ତ ୫ ରାଶି ଭାଗ୍ୟରେ ଧନ ବର୍ଷା