ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀ ଗୁରୁତର, ଥାନାରେ ହାଜର ହେଲା ଅଭିଯୁକ୍ତ
Advertisement
Article Detail0/zeeodisha/odisha1384682

ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀ ଗୁରୁତର, ଥାନାରେ ହାଜର ହେଲା ଅଭିଯୁକ୍ତ

ବାଲିଆପାଳ ଥାନା ହାସିମପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ସାହୁ ସିଂଲା ଥାନା ଅନ୍ତର୍ଗତ ନହଞ୍ଜରା ଗ୍ରାମର ଜୟନ୍ତୀ ପ୍ରଧାନଙ୍କୁ ୯ ବର୍ଷ ପୂର୍ବେ ବିବାହ କରିଥିଲେ, ବିବାହ ପରଠାରୁ ଉଭୟ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। 

ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀ ଗୁରୁତର, ଥାନାରେ ହାଜର ହେଲା ଅଭିଯୁକ୍ତ

ଜଳେଶ୍ଵର (ଦିଲ୍ଲୀପ ଦାସ): ଜଳେଶ୍ୱରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ ସମସ୍ୟାକୁ ନେଇ କରୁଣ ପରିଣତି। ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଜୀବନ ମରଣ ସହ ଲଢେଇ ଜାରି ରଖିଛନ୍ତି। ସେପଟେ ସ୍ୱାମୀ କଟୁରୀ ସହିତ ଥାନାରେ ଆତ୍ମସମର୍ପଣ କରିଛି। 

ମିଳିଥିବା ସୂଚନା ମୁତାବକ ବାଲିଆପାଳ ଥାନା ହାସିମପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ସାହୁ ସିଂଲା ଥାନା ଅନ୍ତର୍ଗତ ନହଞ୍ଜରା ଗ୍ରାମର ଜୟନ୍ତୀ ପ୍ରଧାନଙ୍କୁ ୯ ବର୍ଷ ପୂର୍ବେ ବିବାହ କରିଥିଲେ, ବିବାହ ପରଠାରୁ ଉଭୟ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଏହାକୁ ନେଇ ସ୍ତ୍ରୀ ଜୟନ୍ତୀ ସ୍ବାମୀଙ୍କ ପାଖରେ ନରହି ବାପଘରେ ରହୁଥିଲା  ଏବଂ ସିଂଲା ଥାନା ସମ୍ମୁଖରେ କ୍ରୀଷ୍ଣା ନାମକ ଏକ ବିୟୁଟି ପାର୍ଲର କରିଥିଲେ। 

ଏହି ଘଟଣାକୁ ନେଇ ପୂର୍ବରୁ ଉଭୟ ବାଲିଆପାଳ ଏବଂ ସିଂଲା ଥାନାରେ ପୃଥକ ପୃଥକ ମାମଲା ରହିଛି। ଆଜି ସ୍ବାମୀ ପୂର୍ଣ୍ଣ ଚନ୍ଦ୍ର ଏକ କଟୁରୀ ଧରି ବିୟୁଟି ପାର୍ଲର ପହଞ୍ଚି ଅତର୍କିତ ଆକ୍ରମଣ କରିଥିଲେ। ପରେ କଟୁରୀ ସହିତ ସିଂଲା ଥାନାରେ ଆତ୍ମସମର୍ପଣ କରିଛି। ସ୍ବାମୀ ସ୍ଥାନୀୟ ଲୋକେ ଗୁରୁତର ଜୟନ୍ତୀକୁ ବସ୍ତା ଡ଼ାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ପୋଲିସ ଘଟଣାର ଅଧିକ ତଦନ୍ତ କରୁଥିବା ବେଳେ ସ୍ବାମୀ ପୂର୍ଣ୍ଣ ଚନ୍ଦ୍ର ସବୁ ସମୟରେ ମଦ୍ୟପାନ କରି ଜୟନ୍ତୀକୁ ମାରଧର କରୁଥିବାରୁ ଏହି ବିବାଦ ରହିଥିବା କଥା କହିଛନ୍ତି ସ୍ଥାନୀୟ ସରପଞ୍ଚ।