ତପ୍ତପାଣି ଘାଟିରେ ବସ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
Advertisement

ତପ୍ତପାଣି ଘାଟିରେ ବସ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଯାତ୍ରୀଙ୍କ ଜୀବନ ବଞ୍ଚିଯାଇଥିବା କୁହାଯାଉଛି । 

ଫଟୋ ସୌଜନ୍ୟ: ଜୀ ମିଡିଆ

ରାଧାଶ୍ୟାମ ଆଚାର୍ଯ୍ୟ, ବ୍ରହ୍ମପୁର: ତପ୍ତପାଣି ଘାଟିରେ ବସ୍ ଦୁର୍ଘଟଣା । ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଅଳ୍ପକେ ବଞ୍ଚିଲା ୪୦ ଜୀବନ । ଦୁର୍ଘଟଣାରେ କିଛି ଯାତ୍ରୀ ସମାନ୍ୟ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

ସୂଚନା ମୁତାବକ, ଗଞ୍ଜାମ ଜିଲ୍ଲା ପାଟପୁଥ ଥାନା ଅନ୍ତର୍ଗତ ତପ୍ତପାଣି ଘାଟିରେ ବିକ୍ରାନ୍ତ ନାମକ ଯାତ୍ରୀବାହୀ ବସଟି ଦୁର୍ଘଟଣାର ଶିକାର ହୋଇଛି । ରାୟଗଡ଼ାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଘାଟି ରାସ୍ତାରେ ବସଟି ଭାରସାମ୍ୟ ହରାଇ ବସିଥିଲା । ତେବେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଯାତ୍ରୀଙ୍କ ଜୀବନ ବଞ୍ଚିଯାଇଥିବା କୁହାଯାଉଛି । 

ଆହୁରି ପଢ଼ନ୍ତୁ; କରୋନା ଆତଙ୍କ: ଜାପାନରୁ ପୁଅକୁ ଫେରାଇ ଆଣିବା ପାଇଁ ଗୁହାରୀ