ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଲା କୋରୋନା
Advertisement

ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଲା କୋରୋନା

ଦୈନିକ ଖବର କାଗଜର ସମ୍ବାଦର ଗଞାମ ଜିଲ୍ଲା ପ୍ରତିନିଧି ପ୍ରଦୀପ କିଶୋର ସାହୁଙ୍କ ଆଜି ସକାଳ ବିୟୋଗ ଘଟିଛି । ଗତ କିଛି ଦିନ ହେଲା ସେ କୋରୋନାରେ ଆକ୍ରାନ୍ତ ହୋଇ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । 

ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଲା କୋରୋନା

ବ୍ରହ୍ମପୁର: ସାରା ଦେଶ ସମେତ ଓଡ଼ିଶାରେ ଲଗାତର କୋରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି । ପ୍ରତିଦିନ ଦେଶରେ ରେକର୍ଡ ସଂଖ୍ୟକ କୋରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହି ମହାମାରୀ ଯୋଗୁଁ ପ୍ରତିଦିନ ହଜାର ହଜାର ଲୋକ ପ୍ରାଣ ହରାଉଛନ୍ତି । ଏହା ମଧ୍ୟରେ ମହାମାରୀ କୋରୋନା ନେଲା ଆଉ ଜଣେ ସାମ୍ୱାଦିକଙ୍କ ଜୀବନ । ସମ୍ମୁଖ କୋରୋନା ଯୋଦ୍ଧା ସାମ୍ବାଦିକ ପ୍ରଦୀପ ସାହୁ ଆଜି (ଶୁକ୍ରବାର)  ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । 

ଅଧିକ ପଢ଼ନ୍ତୁ:-ଜାରି ରହିବ କାଳବୈଶାଖୀ! ଆସନ୍ତା ୪ ଦିନ ପାଇଁ ସତର୍କ ସୂଚନା

ଦୈନିକ ଖବର କାଗଜର ସମ୍ବାଦର ଗଞାମ ଜିଲ୍ଲା ପ୍ରତିନିଧି ପ୍ରଦୀପ କିଶୋର ସାହୁଙ୍କ ଆଜି ସକାଳ ବିୟୋଗ ଘଟିଛି । ଗତ କିଛି ଦିନ ହେଲା ସେ କୋରୋନାରେ ଆକ୍ରାନ୍ତ ହୋଇ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଆଜି ସକାଳ ପ୍ରଦୀପଙ୍କ ମୃତ୍ୟୁ ଖବର ଆସିବା ପରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ମହଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ସନ୍ତପ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । 

ଅଧିକ ପଢ଼ନ୍ତୁ:-ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୮,୪୦୧ କୋରୋନା ସଂକ୍ରମିତ

ରାଜ୍ୟ ସରକାରଙ୍କ  ମିଡିଆ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଶୋକ ସନ୍ତପ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ବ୍ରହ୍ମପୁର ସହରର ବହୁ ସାମ୍ବାଦିକ ମଧ୍ୟ ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଭଳି ଦୁଃଖଦ ସମୟରେ ସ୍ୱର୍ଗତଃ ପ୍ରଦୀପଙ୍କ ପରିବାରବର୍ଗଙ୍କୁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ ବୋଲି ସାମ୍ବାଦିକମାନେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ଅଧିକ ପଢ଼ନ୍ତୁ:-କୋରୋନାରେ ଅଣ୍ଡରୱାର୍ଲ୍ଡ ଡନ୍ ଛୋଟା ରାଜନର ମୃତ୍ୟୁକୁ ନେଇ ଗୁଜବ

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୧୨,୪୦୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୪୦ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୨୩,୨୫୭ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୮୬,୯୫୦ ସକ୍ରିୟ ସଂକ୍ରମିତ ମାମଲା ରହିଛି ।