ଦୁଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
Advertisement
Article Detail0/zeeodisha/odisha641245

ଦୁଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଗୁରୁତର ଅବସ୍ଥାରେ ଉଭୟଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି ।

ଫାଇଲ ଫଟୋ

ରାଧାଶ୍ୟାମ ଆଚାର୍ଯ୍ୟ, ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ କରପଡା ଗ୍ରାମରେ ଦୁଇ ଜଣକୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଆକ୍ରମଣ କାରଣ ଅସ୍ପଷ୍ଟ ରହିଛି । 

ତେବେ ଜମି ବିବାଦକୁ ନେଇ ଗ୍ରାମ ମୁଖିଆଙ୍କୁ ଅସଦ ବ୍ୟବହାର ଯୋଗୁଁ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ; ଛାତ୍ରୀଙ୍କୁ ଅପହରଣ, ପରିବାର ଲୋକେ ଆଣିଲେ ଅଭିଯୋଗ