Trending Photos
)
ଭୁବନେଶ୍ୱର: ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ନୂଆ ୧୩୬ଟି କୋରୋନା ପଜିଟିଭ ମାମଲା ସାମ୍ନାକୁ ଆସିଛି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୩୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।
ତେବେ ଏହି ଚିହ୍ନଟଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୭ ଜଣ ଚିହ୍ନଟ ହୋଇଥିବା ସୂଚନା ରହିଛି। ସେହିପରି ଝାରସୁଗୁଡ଼ାରୁ ୪, ଢେଙ୍କାନାଳରୁ ୩, କଟକରୁ ୭, କେନ୍ଦ୍ରାପଡ଼ାରୁ ଜଣେ, ନୂଆପଡ଼ାରୁ ୨, ଗଜପତିରୁ ୭, କନ୍ଧମାଳରୁ ୧୫, କଳାହାଣ୍ଡିରୁ ୨, ଗଞ୍ଜାମରୁ ୩, ପୁରୀରୁ ୩, ମୟୂରଭଞ୍ଜରୁ ୯, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ହୋଇଥିବା ନେଇ ବିଭାଗ ସୂଚନା ଦେଇଛି। ଏଥିସହିତ ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମ ବିଭାଗର ୫୪ ଜଣ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ରହିଛି।
ରାଜ୍ୟରେ ମୋଟ ୩୩୮୬ଙ୍କ ମଧ୍ୟରୁ ୨୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦୯୨ଜଣ ଆକ୍ରାନ୍ତ ଚିକିତ୍ସାଧିନ ରହିଛନ୍ତି। ୭ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ବିଭାଗ ସୂଚନା ଦେଇଛି।