Advertisement
Article Detail0/zeeodisha/odisha673300
Zee OdishaBhubneshwarସାମ୍ବାଦିକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସାମ୍ବାଦିକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କୋରୋନାରେ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 

ସାମ୍ବାଦିକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରୋନାରେ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋରୋନା ଯଦି କୌଣସି ସାମ୍ବାଦିକଙ୍କର ମୃତ୍ୟୁ ହେଉଛି ତେବେ ସେମାନଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଯୋଗାଇ ଦିଆଯିବ। ପୂର୍ବରୁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ।  

fallback

କୋରୋନା ସମୟରେ ଜୀବନକୁ ବାଜି ଲଗାଇ କୋରୋନା ଯୁଦ୍ଧରେ ଯୋଦ୍ଧା ସାଜିଥିବା ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ସହାୟତା ରାଶି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ମାତ୍ର ଜରୁରୀକାଳୀନ ସେବାରେ ଅନ୍ତର୍ଭୁକ୍ତ ହୋଇଥିବା ସାମ୍ବାଦିକମାନେ ଖବର ଯୋଗାଇ ଆସୁଥିଲେ ମଧ୍ୟ ତାଙ୍କ ପ୍ରତି କୌଣସି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା ହୋଇନଥିଲା। ଫଳରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଆଜି ମୁଖ୍ୟମନ୍ତ୍ରୀ ଏହି ଘୋଷଣା ପରେ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।  

Add Zee News as a Preferred Source
About the Author