Odisha Weather Update, ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାର କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି୧୯ ନଭେମ୍ବର ବେଳକୁ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତ ରୂପନେବ। ପରବର୍ତ୍ତୀ ୩ ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


COMMERCIAL BREAK
SCROLL TO CONTINUE READING

ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ବର୍ତ୍ତମାନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୁତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୁତ ହୋଇ ଏହା ଅବପାତର ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଗୁରୁବାର ଲଘୁଚାପ କ୍ଷେତ୍ର ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଓ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉପରେ ଥିଲା।


Also Read: Parab 2022: ଶହୀଦଙ୍କ ଜନ୍ମମାଟିରୁ ଲୋକ ମହୋତ୍ସବର ଶୁଭାରମ୍ଭ, ଏହି ଦିନ ପର୍ଯ୍ୟନ୍ତ ଦୁଲୁକିବ କୋରାପୁଟ ଜିଲ୍ଲା


 


ଅବପାତର ପ୍ରଭାବରେ ଆସନ୍ତା ୨୧ ତାରିଖ ସକାଳ ସାଢେ ଆଠଟାରୁ ୨୨ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର ଠାରୁ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ମାଲକାନଗିରି ଏବଂ କୋରାପୁଟରେ ଘଡିଘଡି ବିଜୁଳି ସହ ବର୍ଷା ହୋଇପାରେ। ତେଣୁ ଦକ୍ଷିଣ ଓଡିଶାକୁ ସତର୍କ ସୂଚନ ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ଶୀତ ବଢିବ। 


 



ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ କମିବ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ସ୍ଥାନରେ ତାପମାତ୍ରା ୧୪ ଡିଗ୍ରୀ ତଳେ ରହିଥିଲା। କୋରାପୁଟର ସିମିଳିଗୁଡାରେ ସର୍ବନିମ୍ନ ୭.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।