• ଗୁଣ୍ଡିଚା ମନ୍ଦିର ଭିତରକୁ ପ୍ରବେଶ କଲେ ୨ ଜଣ ବାହାର ରାଜ୍ୟର ଭକ୍ତ
  • ଭକ୍ତଙ୍କ ପାଇଁ ମନ୍ଦିର ପ୍ରବେଶ ବନ୍ଦ ଥିବା ବେଳେ ଉଭୟଙ୍କ ପ୍ରବେଶକୁ ନେଇ ଉଠିଛି ପ୍ରଶ୍ନ
  • ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା
  • CBI ତଦନ୍ତ ପାଇଁ ପ୍ରାର୍ଥନା କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା
  • ଉତ୍ତର ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୩ ଦିନ ବର୍ଷା ସମ୍ଭାବନା
  • ଆଜି ପାଇଁ ୨୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ଆଜି ଭାରତ-ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ ଦ୍ୱିତୀୟ ଟି-୨୦ ମ୍ୟାଚ୍
  • ଦେଶରେ ୨୪ ଘଣ୍ଟାରେ ୨୯ ହଜାର ୬୯୮ ପଜିଟିଭ୍ ଚିହ୍ନଟ , ୪୧୫ ମୃତ
  • ରାଜ୍ୟରେ ଆଜି ୧୬୨୯ କୋରୋନା ପଜିଟିଭ ଚିହ୍ନଟ, ୬୦ ମୃତ
  • ଆଜି ୧୨ ଘଣ୍ଟିଆ ବରଗଡ଼ ବନ୍ଦ

ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ଅନ୍ୟ ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ସୌ- ସୋସିଆଲ ମିଡିିଆ

ଭୁବନେଶ୍ୱର: ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ଅନ୍ୟ ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ପ୍ରବଳ ବର୍ଷା ଆଶଙ୍କାରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବଙ୍ଗୋପସାଗର (Bay Of Bengal) ରେ ଲଗାତର ଦୁଇଟି ଲଘୁଚାପ କ୍ଷେତ୍ର ନେଇ ସୂଚନା ମିଳିଛିା ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପ (Low Pressure) ରେ ପରିଣତ ହୋଇଛି। ଆସନ୍ତା ୨୭ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଫଳରେ ୨୭ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା (Rain) ସମ୍ଭାବନା ଅଛି।

Also Read: ଆଗକୁ ଲଘୁଚାପ; ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଲଘୁଚାପ ଯୋଗୁଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଆସନ୍ତା ୨୭ ତାରିଖ ଯାଏଁ ସର୍ତକ ସୂଚନା ଜାରି କରାଯାଇଛି। ଆଗାମୀ ୩ ଦିନ ରାଜ୍ୟରେ ବର୍ଷା ଲାଗିରହିବ। ଆଜି ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରାଯାଇଛି। 

କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ସମ୍ବଲପୁର, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କେନ୍ଦୁଝର ଓ ଦେବଗଡ଼ରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ସେପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସ୍ୱାଭାବିକ ଠାରୁ -୨୬% କମ ରେକର୍ଡ କରାଯାଇଛି ।