ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ; ୩୦ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ସଜାଗ କଲେ SRC
Advertisement
Article Detail0/zeeodisha/odisha974416

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ; ୩୦ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ସଜାଗ କଲେ SRC

ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି। କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ SRC ପରାମର୍ଶ ଦେଇଛନ୍ତି।

ପ୍ରତିକାତ୍ମକ ଫଟୋ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଶନିବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଏହାର ପ୍ରଭାବରେ ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି। କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ SRC ପରାମର୍ଶ ଦେଇଛନ୍ତି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଜିଠୁ ୩ ଦିନ ଯାଏଁ ବର୍ଷା ହେବ। ଉତ୍ତର ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ (Low Pressure) ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଶନିବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର (Bay Of Bengal) ରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂପୁର, ନୟାଗଡ଼, କଟକ, ଅନୁଗୁଳ, ଦେବଗଡ଼, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା (Heavy Rain) ର ପୂର୍ବାନୁମାନ କରାଯାଛି। 

Also Rain: ଆସୁଛି ଲଘୁଚାପ; ପ୍ରବଳ ବର୍ଷା ନେଇ ସତର୍କତା ଜାରି

୨୮ରୁ ୨୯ ତାରିଖରେ ୧୬ ଜିଲ୍ଲାରେ ଘଡଘଡି ସହ ବର୍ଷା (Odisha Rain) ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୯ରୁ ୩୦ ବେଳକୁ ଏହାର ସଂଖ୍ୟା ୯କୁ ଖସିଆସିବ। ଫଳରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା , କଳାହାଣ୍ଡି, ବଲାଙ୍ଗୀର, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।