ଭୁବନେଶ୍ୱର: ମାଡି ଆସୁଛି ଲଘୁଚାପ। ଆସନ୍ତା ୧୧ ତାରିଖ ଆଡ଼କୁ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗ ତଥା ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ନିକଟରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେପଟେ ବର୍ତ୍ତମାନ ଏକ ନିମ୍ନ ଚାପରେଖା ଉତ୍ତର ବିହାରରୁ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ଦେଇ ଉତ୍ତର ଆନ୍ଧ୍ର ଉପକୂଳ ପର୍ଯ୍ୟନ୍ତ ଲମ୍ବିଛି। 


COMMERCIAL BREAK
SCROLL TO CONTINUE READING

ଯାହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି ଆଦି ୨୦ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା କାରଣରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବ ଆସନ୍ତା ୧୧ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଜାରି ରହିବ। 


Also Read: Monsoon 2021: ରାଜ୍ୟରେ କେଉଁଠି ହୋଇଛି କେତେ ପରିମାଣରେ ବର୍ଷା?


ଚଳିତ ବର୍ଷ ଜୁନ ପହିଲାରୁ ଜୁଲାଇ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୨୨୨.୫ ମିଲିମିଟର ବର୍ଷା ହୋଇଥିବାର ରେକର୍ଡ କରାଯାଛି। ଯାହା ସ୍ବାଭାବିକ ବର୍ଷା ଠାରୁ ୧୯ ପ୍ରତିଶତ କମ ରହିଛି। ଏହାସହ ଏ ପର୍ଯ୍ୟନ୍ତ ୧୫ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ୧୪ ଜିଲାରେ ସ୍ୱାଭାବିକ ବର୍ଷା ଏବଂ ଗୋଟିଏ ଜିଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।